ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ୨ ଯୁବକ ମୃତ

0

ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡି ମଙ୍ଗଳବାର ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ରାଜକିରଣ ଶତପଥୀ (୨୩) ଓ ନଳିନୀକାନ୍ତ ତ୍ରିପାଠୀ (୨୭)। ରାଜକିରଣଙ୍କ ଘର ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡିରେ। ସେହିପରି ତାଙ୍କ ସଂପର୍କୀୟ ଭାଇ ନଳିନୀକାନ୍ତ ଇଚ୍ଛାପୁରମରେ ରହୁଥିଲେ। ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲେ ।

ଉଲ୍ଲେଖଯୋଗ୍ୟ; ରାଜକିରଣ ଓ ନଳିନୀକାନ୍ତ ଶ୍ରାଦ୍ଧ ଦେବା ପାଇଁ ପୁରୀ ଆସିଥିଲେ। ସେମାନେ ନରେନ୍ଦ୍ର ପୁଷ୍କରିଣୀରେ ଗାଧୋଇବା ବେଳେ ଅସାବଧାନତା ବଶତଃ ବୁଡ଼ି ଯାଇଥିଲେ ବୋଲି ଜଣାପଡ଼ିଛି। ଅଗ୍ନିଶମ ବାହିନୀ ପହଞ୍ଚି ୨ ଭାଇଙ୍କୁ ପାଣିରୁ ଉଦ୍ଧାର କରି ସେମାନଙ୍କୁ ପୁରୀ ବଡ ଡାକ୍ତରଖାନାକୁ ଆଣିଥିଲେ। ତେବେ ସେତେବେଳକୁ ସେମାନଙ୍କର ମୃତ୍ୟୁ ଘଟି ସାରିଥିଲା।

Leave A Reply

Your email address will not be published.