ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ବସ୍‌ରେ ଲାଗିଲା ନିଆଁ, ୨୫ ଛାତ୍ରଛାତ୍ରୀ ଜୀବନ୍ତ ଦଗ୍ଧ

0

ଥାଇଲାଣ୍ଡ: ଥାଇଲାଣ୍ଡର ବ୍ୟାଂକକରୁ ମଙ୍ଗଳବାର ଏକ ବଡ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଙ୍ଗଳବାର ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କୁ ନେଇ ଯାଉଥିବା ବସ୍‌ରେ ନିଆଁ ଲାଗିଛି। ଏହି ଦୁର୍ଘଟଣାରେ ୨୫ ଜଣ ଛାତ୍ରୀଛାତ୍ର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ବସ୍‌ରେ ମୋଟ ୪୪ ଜଣ ଲୋକ ଯାତ୍ରା କରୁଥିଲେ।
ହଠାତ୍‌ ଚଳନ୍ତା ବସ୍‌ରେ ଲାଗି ଯାଇଥିଲା ନିଆଁ। ଏହା ଏତେ ଭୟଙ୍କର ଥିଲା ଯେ ଆଖି ପିଛୁଳାକେ ପୂରା ବସ୍‌କୁ ବ୍ୟାପିଯାଇଥିଲା। ଫଳରେ ଭିତରେ ଥିବା ଅଧିକାଂଶ ପିଲା ଓ ଶିକ୍ଷକ ଫସି ଯାଇଥିଲେ। ସେମାନଙ୍କ ମଧ୍ୟରୁ କିଛି ଜଣ ବାହାରକୁ ଆସିବାକୁ ସକ୍ଷମ ହୋଇଥିଲେ ହେଁ ବାକି ୨୫ ଜଣ ପୋଡ଼ି ହୋଇ ପ୍ରାଣ ହରାଇଛନ୍ତି। ଅନ୍ୟମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା କୁହାଯାଉଛି।

ଥାଇଲାଣ୍ଡର ଗୃହମନ୍ତ୍ରୀ କହିଛନ୍ତି, ଘଟଣାସ୍ଥଳର ତଦନ୍ତ ଶେଷ ହୋଇ ନ ଥିବାରୁ କର୍ତ୍ତୃପକ୍ଷ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା ନିଶ୍ଚିତ କରିପାରି ନାହିଁ। କିନ୍ତୁ ବଞ୍ଚିଥିବା ଲୋକଙ୍କ ସଂଖ୍ୟାକୁ ଆଧାର କରି ୨୫ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।

Leave A Reply

Your email address will not be published.