ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା

0

ଭୁବନେଶ୍ବର: ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି, ରାଜ୍ୟରେ ଖୁବଶୀଘ୍ର ଏହି ଦୁଇ ଯୋଜନା ଲାଗୁ ହେବ। ଯୋଜନା ଲାଗୁ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ସରକାରଙ୍କ ସହ ଏମଓୟୁ ହେବ, ସେନେଇ ପ୍ରସ୍ତୁତି ଚାଲିଛି। ୧ କୋଟି ପରିବାରର ସାଢ଼େ ୩ କୋଟି ଲୋକ ପାଇବେ ସ୍ୱାସ୍ଥ୍ୟକାର୍ଡ। କାର୍ଡରେ ଦେଶର ୨୭ ହଜାର ହସ୍ପିଟାଲରେ ସ୍ବାସ୍ଥ୍ୟସେବା ପାଇ ପାରିବେ।

ସ୍ବାସ୍ଥ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ୬୭ ଲକ୍ଷ ପରିବାର ଆୟୁଷ୍ମାନ ଯୋଜନାରେ ଅନ୍ତର୍ଭୁକ୍ତ ହେବେ। ବଳକା ଅନ୍ୟ ପରିବାର ଗୋପବନ୍ଧୁ ଯୋଜନାରେ ସୁବିଧା ପାଇବେ । ପ୍ରତ୍ୟେକ ପରିବାରକୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ ଲକ୍ଷ ମିଳିବ। ୭୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କଙ୍କୁ ଏହି ଯୋଜନାରେ ସାମିଲ କରାଯିବ। ୨୭ ହଜାରରୁ ଅଧିକ ହସ୍ପିଟାଲରେ ଏହି କାର୍ଡ କାମ କରିବ ବୋଲି ମନ୍ତ୍ରୀ କହିଛନ୍ତି। ଦେଶର ଗରିବ ଏବଂ ନିମ୍ନ ମଧ୍ୟବିତ୍ତ ଆୟ ବର୍ଗର ଲୋକଙ୍କୁ ସ୍ବସ୍ଥ୍ୟ ସୁରକ୍ଷା ଯୋଗାଇଦେବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ଦେଶର ପ୍ରାୟ ୫୦ କୋଟି ଲୋକ ଉପକୃତ ହୋଇସାରିଛନ୍ତି।

Leave A Reply

Your email address will not be published.