ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ପାଣିକୁ ଖସିଲା ବାୟୁସେନା ହେଲିକପ୍ଟର

0

ମୁଜାଫରପୁର: ବିହାରର ମୁଜାଫରପୁରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ହେଲିକପ୍ଟରଟି ବନ୍ୟା ପାଣିକୁ ଖସିପଡ଼ିଛି। ବନ୍ୟା ରିଲିଫ୍‌ ସାମଗ୍ରୀ ନେଇ ଯାଉଥିବାବେଳେ ହେଲିକପ୍ଟରଟି ମୁଜାଫରପୁରର ଅରାଇସ୍ଥିତ ଘନଶ୍ୟାମପୁର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇ ପାଣି ଭିତରକୁ ଖସିପଡିଥିଲା। ହେଲିକପ୍ଟରରେ ଦୁଇ ଜଣ ପାଇଲଟଙ୍କ ସମେତ ୩ ଜଣ କର୍ମଚାରୀ ଥିଲେ। ତେବେ ସମସ୍ତେ ସୁରକ୍ଷିତ ଥିବା ବାୟୁସେନା ପକ୍ଷରୁ ସୂଚନା ରହିଛି।

ବାୟୁସେନା କହିଛି ଯେ, ବିହାରରେ ଏବେ ବନ୍ୟା ସ୍ଥିତି ଲାଗିରହିଛି। ଏନେଇ ସୀତାମଢୀ ସେକ୍ଟରରେ ବନ୍ୟା ସହାୟତା କାର୍ଯ୍ୟରେ ରିଲିଫ ବଣ୍ଟନ ସମୟରେ ହେଲିକ୍ୟାପ୍ଟରଟିକୁ ଅବତରଣ କରିବାକୁ ପଡିଥିଲା। ଏହି ସମୟରେ ପାଣି ଭିତରେ ଗଳିପଡିଥିଲା। ହେଲିକ୍ୟାପ୍ଟରରେ ଦୁଇ ଜଣ ପାଇଲଟଙ୍କ ସମେତ ତିନି ଜଣ କର୍ମଚାରୀ ସୁରକ୍ଷିତ ଅଛନ୍ତି।

Leave A Reply

Your email address will not be published.