ପ୍ରମୁଖ ଖବର

ୟନାଡରୁ ଉପ-ନିର୍ବାଚନ ଲଢିବେ ପ୍ରିୟଙ୍କା ଗାନ୍ଧୀ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆଜି ଆଲଜିୟର୍ସସ୍ଥିତ ସିଦି ଅବ୍ଦେଲା ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ପୋଲ ବିଶ୍ୱବିଦ୍ୟାଳୟ ପକ୍ଷରୁ ରାଜନୀତି ବିଜ୍ଞାନରେ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ
ଅକ୍ଟୋବର ୨୭ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା
କର୍ମଚାରୀଙ୍କ ପାଇଁ ବୋନସ୍ ଘୋଷଣା କଲେ ମହାରାଷ୍ଟ୍ର ସରକାର
ଭାଜପାର ଦିଲ୍ଲୀ ନିର୍ବାଚନ ଇନଚାର୍ଜ ହେଲେ ବୈଜୟନ୍ତ ପଣ୍ଡା
ସଲମାନ୍‌ଙ୍କୁ ମିଳିଲା ୱାଇ ପ୍ଲସ୍‌ ସିକ୍ୟୁରିଟି

ମୈତ୍ରୀ ବିହାର ଗଣଦୁଷ୍କର୍ମ ଘଟଣାରେ ୨ ଅଭିଯୁକ୍ତ ଗିରଫ

0

ଭୁବନେଶ୍ୱର: ଭୁବନେଶ୍ୱର ମୈତ୍ରୀ ବିହାର ଅଞ୍ଚଳରେ ଗଣଦୁଷ୍କର୍ମ ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୋଲିସ। ଏନେଇ ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି କମିଶନର ଏସ୍‌.ଦେବଦତ୍ତ ସିଂହ। ତେବେ ଘଟଣାରେ ୨ ଜଣ ନୁହେଁ ବରଂ ୩ ଜଣଙ୍କର ସଂପୃକ୍ତି ଥିବା ନେଇ ସ୍ପଷ୍ଟ କରିଛନ୍ତି କମିଶନରେଟ ପୋଲିସ। ସେହି ୩ଜଣଙ୍କ ମଧ୍ୟରୁ ୨ ଜଣ ଘର ଭିତରକୁ ଯାଇଥିବା ବେଳେ ଜଣେ ବାହାରେ ଥିଲା। ବାହାରେ ଥିବା ଲୋକଟି ୨ ଅଭିଯୁକ୍ତଙ୍କୁ ସହାୟତା କରିଛି ବୋଲି କହିଛନ୍ତି କମିଶନରେଟ ପୋଲିସ।

ତେବେ ଘଟଣା ପୂର୍ବଦିନ ସେମାନେ ମହିଳାଙ୍କ ଘରୁ ମୋବାଇଲ ଚୋରି କରିଥିଲେ। ବାଲ୍‌କୋନୀ କବାଟ ଖୋଲା ରହୁଥିବା ଦେଖି ଏହି ଜଘନ୍ୟ କାଣ୍ଡର ଯୋଜନା କରିଥିଲେ । ପରିବା କଟା ଛୁରି ଦେଖାଇ ସେମାନେ ଏହି କାଣ୍ଡ ଘଟାଇଥିଲେ। ତେବେ ଗିରଫ ଦୁଇ ମୁଖ୍ୟ ଅଭିଯୁକ୍ତଙ୍କର ପୂର୍ବରୁ ଅପରାଧ ରେକର୍ଡ ରହିଛି ବୋଲି କହିଛନ୍ତି କମିଶନର ଏସ୍‌.ଦେବଦତ୍ତ ସିଂହ।

ସୂଚନାଯୋଗ୍ୟ, ଗତ ରବିବାର ବିଳମ୍ବିତ ରାତିରେ ରାଜଧାନୀ ସ୍ଥିତ ମୈତ୍ରୀବିହାର ଥାନା ଅଞ୍ଚଳରେ ଥିବା ଏକ ଫ୍ଲାଟରେ ଦୁଇ ଜଣ ଦୁର୍ବୃତ୍ତ ଲୁଟ୍ କରିବା ସହ ଘର ଭିତରେ ଏକୁଟିଆ ଥିବା ଜଣେ ମହିଳାଙ୍କୁ ଦୁଷ୍କର୍ମ କରିଥିଲେ। ଏ ନେଇ ପୀଡ଼ିତା ମୈତ୍ରୀ ବିହାର ଥାନାରେ ଅଭିଯୋଗ କରିବା ପରେ ଘଟଣାର ତଦନ୍ତ ଆରମ୍ଭ କରିଥିଲା ପୋଲିସ। ଅଭିଯୁକ୍ତକୁ ଧରିବା ପାଇଁ ଜାଲ ବିଛାଇବା ପରେ ଆଜି ସକାଳେ ଏହି ୨ ଅଭିଯୁକ୍ତଙ୍କୁ ଅଟକ ରଖିଥିଲା ପୋଲିସ।

Leave A Reply

Your email address will not be published.