ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ
ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ
ସ୍ତନ କର୍କଟ ନିମନ୍ତେ ସମ୍ମମରେ ବ୍ରାକିଥେରାପି ଚିକିତ୍ସା ଉପଲବ୍ଧ
ରାଜକୀୟ ସମ୍ମାନସହ ଦିଆଗଲା ରତନ ଟାଟାଙ୍କୁ ଅନ୍ତିମ ବିଦାୟ
ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ
ଚଳିତ ବର୍ଷ ଦକ୍ଷିଣ କୋରିଆର ସୁନାମଧନ୍ୟ ଲେଖିକା ହାନ କାଙ୍ଗଙ୍କୁ ମିଳିବ ସାହିତ୍ୟରେ ନୋବେଲ
ରତନ ଟାଟାଙ୍କୁ ‘ଭାରତ ରତ୍ନ’ ସମ୍ମାନରେ ସମ୍ମାନିତ ପ୍ରସ୍ତାବ ପାରିତ
ରାଜଧାନୀରୁ ଜବତ ହେଲା ଆଉ ୨୦୦୦ କୋଟି ଟଙ୍କାର କୋକେନ
ଟେନିସରୁ ଅବସର ଘୋଷଣା କଲେ ରାଫେଲ ନାଡାଲ

ଖସିଲା ବରଯାତ୍ରୀ ବସ୍, ୩୦ ମୃତ

0

୨୦୦ ଫୁଟ୍ ଖାଇକୁ ଖସିଲା ବରଯାତ୍ରୀ ବସ୍
ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ଶନିବାର ଏକ ବଡ଼ ଦୁର୍ଘଟଣା ଘଟିଛି। ବରଯାତ୍ରୀଙ୍କୁ ନେଇ ଯାଉଥିବା ବସ୍ ପୌଡୀ ଜିଲ୍ଲାର ଏକ ଗଭୀର ଖାଇକୁ ଖସିପଡିଛି। ଏହି ଦୁର୍ଘଟଣାରେ ପ୍ରାୟ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।

ସୂଚନା ଅନୁଯାୟୀ, ବିବାହ ପାଇଁ ବରଯାତ୍ରୀ ଗାଡି ହରିଦ୍ୱାରର ଲାଲଡହଙ୍ଗରୁ ପୌଡୀ ଜିଲ୍ଲାର ବିରୋନଖଲ ଗ୍ରାମକୁ ଯାଉଥିଲା। ରାତି ପ୍ରାୟ ୮ଟା ସମୟରେ କୌଣସି କାରଣବଶତଃ ବସ୍ ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଗାଡି ୨୦୦ ଫୁଟ୍ ଗଭୀର ଖାଲକୁ ଖସିପଡିଥିଲା। ଦୁର୍ଘଟଣା ସମୟରେ ବସ୍‌ରେ ୫୦ରୁ ୫୫ ଜଣ ବରଯାତ୍ରୀ ରହିଥିଲେ।କନ୍ୟା ଘରଠାରୁ ମାତ୍ର ଦୁଇ କିଲୋମିଟର ଦୂରରେ ବସ୍ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା।

ଏହି ଦୁର୍ଘଟଣା ଖବର ମିଳିବା ପରେ ଉତ୍ତରାଖଣ୍ଡ ବାଚସ୍ପତି ରିତୁ ଖଣ୍ଡୁରୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହା ପରେ ସେ ଡାକ୍ତରଖାନାକୁ ଯାଇ ଆହତଙ୍କୁ ଭେଟିଛନ୍ତି। ତେବେ ଉତ୍ତରାଖଣ୍ଡ ପୋଲିସ ଏବଂ ଏସଡିଆରଏଫ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.