ପ୍ରମୁଖ ଖବର

ଆଜି ସାରା ଓଡ଼ିଶାରେ ଅଖଚକ ସବୁ ବନ୍ଦ
ବେଙ୍ଗାଲୁରୁ ଦଳାଚକଟା ପାଇଁ ବିରାଟ୍‌ କୋହଲି ଦାୟୀ, କର୍ଣ୍ଣାଟକ ସରକାର
ତତ୍ପର ହେଲା ଗଣଶିକ୍ଷା ବିଭାଗ
ମହିଳା କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ପାଇଁ ହେଲ୍ପଲାଇନ୍ ନମ୍ଵର ଜାରି
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା: ଅଧ୍ୟାପକ ଗିରଫ
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

୧୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅମିନ

0

କିରିମିରା: ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅମିନ। ଝାରସୁଗୁଡ଼ା ଜିଲ୍ଲା କିରିମିରା ତହସିଲ ଅମିନ ଭାସ୍କର ମେହେରଙ୍କୁ ଧରିଲା ଭିଜିଲାନ୍ସ। ଜମିଜମା କାଗଜପତ୍ର କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଅମିନ।

ସୂଚନା ଅନୁସାରେ, ଜମିଜମା କାଗଜପତ୍ର କରାଇଦେବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଅମିନ ଭାସ୍କର ମେହେର। ଏନେଇ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ ଉକ୍ତ ବ୍ୟକ୍ତି ଜଣଙ୍କ। ପୂର୍ବ ଯୋଜନା ମୁତାବକ ଆଜି ଅମିନ ଶ୍ରୀ ମେହେର ଲାଞ୍ଚ ଟଙ୍କା ନେଉଥିବା ବେଳେ ଅଚାନକ ମାଡି ବସିଥିଲା ଭିଜିଲାନ୍ସ ଟିମ୍। ତାଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିବା ସହ ଲାଞ୍ଚ ନେବା ଅଭିଯୋଗରେ ଶ୍ରୀ ମେହେରଙ୍କ ବାସଭବନ ସମେତ ୨ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି। ଭିଜିଲାନ୍ସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଛି।

Leave A Reply

Your email address will not be published.