ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ପରୀକ୍ଷା ପୂର୍ବରୁ ସିଲ୍‌ ଖୋଲାଯାଇ OSSC ପ୍ରଶ୍ନପତ୍ର ଭାଇରାଲ ଅଭିଯୋଗ

0

ବାଲେଶ୍ବର: ଓଏସଏସସି ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ ଗୁରୁତର ଅଭିଯୋଗ କରିଛନ୍ତି କିଛି ପରୀକ୍ଷାର୍ଥୀ। ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍‌ ସିଲ୍‌ ଖୋଲାଯାଇଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି।

ସୂଚନା ଅନୁସାରେ, ପରୀକ୍ଷାର୍ଥୀଙ୍କ ଉପସ୍ଥିତିରେ ଦସ୍ତଖତ ନେଇ ପ୍ରଶ୍ନପତ୍ର ଖୋଲାଯିବା କଥା। କିନ୍ତୁ ପୂର୍ବରୁ ହିଁ ପ୍ରଶ୍ନପତ୍ର ପ୍ୟାକେଟ୍‌ ସିଲ ଖୋଲାଯାଇଥିବା ଅଭିଯୋଗ ହୋଇଛି। ଏପରି ସ୍ଥିତିରେ ସିସିଟିଭି ଯାଞ୍ଚ ପାଇଁ ଦାବି କରିଥିଲେ ପରୀକ୍ଷାର୍ଥୀ। ତେବେ ସିସିଟିଭି ଯାଞ୍ଚ ବେଳେ ଏହା ସମୟ ସହ ମେଳ ଖାଇ ନ ଥିବା ସୂଚନା ମିଳିଛି। ସେପଟେ ସିସିଟିଭି ସମୟ ମେଳ ନ ଖାଇବା ବୈଷୟିକ ତ୍ରୁଟି କହିଥିଲେ କର୍ତ୍ତୃପକ୍ଷ। ସେପଟେ ପରୀକ୍ଷା ବିଭ୍ରାଟ କଥାକୁ କର୍ତ୍ତୃପକ୍ଷ ଅସ୍ବୀକାର କରିଛନ୍ତି।

ଗୌରହରି ସାହୁ ନାମକ ପରୀକ୍ଷାର୍ଥୀ କରିଥିବା ଅଭିଯୋଗ ଅନୁଯାୟୀ, ପରୀକ୍ଷା ହଲ୍‌ରେ ବସିତିବା ସମୟରେ ପ୍ରଶ୍ନପତ୍ର ସିଲ୍‌ ଖୋଲାଥିବା ଦେଖିବାକୁ ପାଇଲୁ। ଏନେଇ ଅଭିଯୋଗ କରିବାରୁ ପ୍ୟାକେଟ ସେପରି ଆସିଥିବା ଶିକ୍ଷୟିତ୍ରୀ କହିଥିଲେ। ମାତ୍ର ବିଶ୍ୱାସ ନ ହେବାରୁ ସିସି କ୍ୟାମେରା ଦେଖିବାକୁ କହିଥିଲୁ। ସିସିଟିଭିରେ ସାଢେ ୯ଟାରେ ପ୍ରଶ୍ନପତ୍ର ସିଲ୍‌ ଖୋଲାଥିବା ଦେଖିବାକୁ ପାଇଲୁ ବୋଲି ଅଭିଯୋଗ କରିଛନ୍ତି।

Leave A Reply

Your email address will not be published.