ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଚିକତ୍ସା କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର

0

ନ୍ୟୁଜ୍ ବ୍ୟୁରୋ: ୨୦୨୪ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି। ମେଡିସିନ କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର। ଏହି ପରିପ୍ରେକ୍ଷୀରେ ମେଡିସିନ୍ କ୍ଷେତ୍ର ପାଇଁ ଏହି ସମ୍ମାନର ବିଜେତାଙ୍କ ନାମ ଆଜି ଘୋଷଣା କରାଯାଇଛି। ଚଳିତ ବର୍ଷ ଆମେରିକାର ଭିକ୍ଟର ଆମ୍ବ୍ରୋସ୍‌‌ ଓ ଗ୍ୟାରୀ ରୁଭକୁନଙ୍କୁ ମେଡିସିନ୍ କ୍ଷେତ୍ର ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯିବ। ମାଇକ୍ରୋ ଆରଏନଏ ଆବିଷ୍କାର ପାଇଁ ଉଭୟଙ୍କୁ ଏହି ସମ୍ମାନ ମିଳିବ।

ଗତ ବର୍ଷ ଅର୍ଥାତ୍‌ ୨୦୨୩ରେ କାଟାଲିନ କାରିକୋ ଏବଂ ଡ୍ରୁ ୱିସମ୍ୟାନଙ୍କୁ ମେଡିସିନ୍‌ରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା। ନ୍ୟୁକ୍ଲିଓସାଇଡ ବେସ ମୋଡିଫିକେସନ ସହିତ ଜଡିତ ଆବିଷ୍କାର ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ଏହି ଆବିଷ୍କାର କରୋନାଭାଇରସ ଯଥା କୋଭିଡ୍‌-୧୯ ବିରୋଧରେ ପ୍ରଭାବଶାଳୀ mRNA ଟିକା ବିକାଶରେ ସାହାଯ୍ୟ କରିଥିଲା।

ନୋବେଲ ପୁରସ୍କାର ଘୋଷଣା ଆରମ୍ଭ ହୋଇଛି। ମଙ୍ଗଳବାର ପଦାର୍ଥ ବିଜ୍ଞାନ, ବୁଧବାର ରସାୟନ ବିଜ୍ଞାନ ଏବଂ ଗୁରୁବାର ସାହିତ୍ୟ କ୍ଷେତ୍ରରେ ନୋବେଲ ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯିବ। ଏହା ବ୍ୟତୀତ ଶୁକ୍ରବାର ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯିବ ଏବଂ ଅର୍ଥନୀତି କ୍ଷେତ୍ରରେ ଏହି ପୁରସ୍କାର ବିଜେତା ଅକ୍ଟୋବର ୧୪ରେ ଘୋଷଣା କରାଯିବ।

Leave A Reply

Your email address will not be published.