ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ
ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ
ସ୍ତନ କର୍କଟ ନିମନ୍ତେ ସମ୍ମମରେ ବ୍ରାକିଥେରାପି ଚିକିତ୍ସା ଉପଲବ୍ଧ
ରାଜକୀୟ ସମ୍ମାନସହ ଦିଆଗଲା ରତନ ଟାଟାଙ୍କୁ ଅନ୍ତିମ ବିଦାୟ
ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ
ଚଳିତ ବର୍ଷ ଦକ୍ଷିଣ କୋରିଆର ସୁନାମଧନ୍ୟ ଲେଖିକା ହାନ କାଙ୍ଗଙ୍କୁ ମିଳିବ ସାହିତ୍ୟରେ ନୋବେଲ
ରତନ ଟାଟାଙ୍କୁ ‘ଭାରତ ରତ୍ନ’ ସମ୍ମାନରେ ସମ୍ମାନିତ ପ୍ରସ୍ତାବ ପାରିତ
ରାଜଧାନୀରୁ ଜବତ ହେଲା ଆଉ ୨୦୦୦ କୋଟି ଟଙ୍କାର କୋକେନ
ଟେନିସରୁ ଅବସର ଘୋଷଣା କଲେ ରାଫେଲ ନାଡାଲ

ଚିକତ୍ସା କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର

0

ନ୍ୟୁଜ୍ ବ୍ୟୁରୋ: ୨୦୨୪ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି। ମେଡିସିନ କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର। ଏହି ପରିପ୍ରେକ୍ଷୀରେ ମେଡିସିନ୍ କ୍ଷେତ୍ର ପାଇଁ ଏହି ସମ୍ମାନର ବିଜେତାଙ୍କ ନାମ ଆଜି ଘୋଷଣା କରାଯାଇଛି। ଚଳିତ ବର୍ଷ ଆମେରିକାର ଭିକ୍ଟର ଆମ୍ବ୍ରୋସ୍‌‌ ଓ ଗ୍ୟାରୀ ରୁଭକୁନଙ୍କୁ ମେଡିସିନ୍ କ୍ଷେତ୍ର ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯିବ। ମାଇକ୍ରୋ ଆରଏନଏ ଆବିଷ୍କାର ପାଇଁ ଉଭୟଙ୍କୁ ଏହି ସମ୍ମାନ ମିଳିବ।

ଗତ ବର୍ଷ ଅର୍ଥାତ୍‌ ୨୦୨୩ରେ କାଟାଲିନ କାରିକୋ ଏବଂ ଡ୍ରୁ ୱିସମ୍ୟାନଙ୍କୁ ମେଡିସିନ୍‌ରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା। ନ୍ୟୁକ୍ଲିଓସାଇଡ ବେସ ମୋଡିଫିକେସନ ସହିତ ଜଡିତ ଆବିଷ୍କାର ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ଏହି ଆବିଷ୍କାର କରୋନାଭାଇରସ ଯଥା କୋଭିଡ୍‌-୧୯ ବିରୋଧରେ ପ୍ରଭାବଶାଳୀ mRNA ଟିକା ବିକାଶରେ ସାହାଯ୍ୟ କରିଥିଲା।

ନୋବେଲ ପୁରସ୍କାର ଘୋଷଣା ଆରମ୍ଭ ହୋଇଛି। ମଙ୍ଗଳବାର ପଦାର୍ଥ ବିଜ୍ଞାନ, ବୁଧବାର ରସାୟନ ବିଜ୍ଞାନ ଏବଂ ଗୁରୁବାର ସାହିତ୍ୟ କ୍ଷେତ୍ରରେ ନୋବେଲ ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯିବ। ଏହା ବ୍ୟତୀତ ଶୁକ୍ରବାର ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯିବ ଏବଂ ଅର୍ଥନୀତି କ୍ଷେତ୍ରରେ ଏହି ପୁରସ୍କାର ବିଜେତା ଅକ୍ଟୋବର ୧୪ରେ ଘୋଷଣା କରାଯିବ।

Leave A Reply

Your email address will not be published.