ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ
ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ
ସ୍ତନ କର୍କଟ ନିମନ୍ତେ ସମ୍ମମରେ ବ୍ରାକିଥେରାପି ଚିକିତ୍ସା ଉପଲବ୍ଧ
ରାଜକୀୟ ସମ୍ମାନସହ ଦିଆଗଲା ରତନ ଟାଟାଙ୍କୁ ଅନ୍ତିମ ବିଦାୟ
ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର ସ୍ମୃତି ରଞ୍ଜନ ସାହୁ
ଚଳିତ ବର୍ଷ ଦକ୍ଷିଣ କୋରିଆର ସୁନାମଧନ୍ୟ ଲେଖିକା ହାନ କାଙ୍ଗଙ୍କୁ ମିଳିବ ସାହିତ୍ୟରେ ନୋବେଲ
ରତନ ଟାଟାଙ୍କୁ ‘ଭାରତ ରତ୍ନ’ ସମ୍ମାନରେ ସମ୍ମାନିତ ପ୍ରସ୍ତାବ ପାରିତ
ରାଜଧାନୀରୁ ଜବତ ହେଲା ଆଉ ୨୦୦୦ କୋଟି ଟଙ୍କାର କୋକେନ
ଟେନିସରୁ ଅବସର ଘୋଷଣା କଲେ ରାଫେଲ ନାଡାଲ

ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହେଲେ ଅରୁଣ ଷଢ଼ଙ୍ଗୀ

0

କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ, ଶୁଣିଲେ ଦୁଃଖ ଲାଗୁଛି

ଭୁବନେଶ୍ବର: ଏତେଶୀଘ୍ର ୟୁନିଫର୍ମ ଖୋଲିବି ଭାବି ନଥିଲି। ଶୁଣିଲେ ଦୁଃଖ ଲାଗୁଛି। କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ। ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହୋଇ ଏମିତି କଥା କହିଛନ୍ତି ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ଷଡ଼ଙ୍ଗୀ। ୟୁନିଫର୍ମ ହେଉଛି ସୁରକ୍ଷା କବଚ । ମାନସିକ ସ୍ତରରେ ୟୁନିଫର୍ମ ଖୋଲିବାକୁ ପ୍ରସ୍ତୁତ ନଥିଲି। ୩୩ ବର୍ଷର ଚାକିରି କାଳ ଭିତରେ ଅନେକ ସଫଳତା ଓ ବିଫଳତା ଦେଖିଛି।

୧୯୯୦ ବ୍ୟାଚ ଆଇପିଏସ୍‌ ତଥା ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ଦେଇଛନ୍ତି। ଏ ନେଇ ଶନିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସେ ନିଜର ନୂଆ ଦାୟିତ୍ୱ ଆସନ୍ତା ସୋମବାର ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ରାଜ୍ୟ ସରକାର ତାଙ୍କୁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ରାଜ୍ୟ ସରକାର ସର୍ବଭାରତୀୟ ସେବା ରୁଲ୍‌ସ-୧୯୫୮ର ଉପଧାରା-୨ରେ ଥିବା ସର୍ତ୍ତାବଳୀକୁ କୋହଳ କରି ତାଙ୍କୁ ଚାକିରିରୁ ଅବସର ନେବାକୁ ଅନୁମତି ଦେଇଛନ୍ତି। ଏଥିସହିତ ସେ ସର୍ବଭାରତୀୟ ସେବା ରୁଲ୍‌ସ-୧୯୫୮ର ବ୍ୟବସ୍ଥା ଆଧାରରେ ସମସ୍ତ ଅବସରକାଳୀନ ସୁବିଧା ପାଇବାକୁ ହକ୍‌ଦାର ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।

ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ବିଜୁ ପଟ୍ଟନାୟକ ପୋଲିସ ପ୍ରଶିକ୍ଷଣ କେନ୍ଦ୍ରର ନିର୍ଦ୍ଦେଶକ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ସେପ୍ଟେମ୍ବର ୨୭ତାରିଖରେ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ। ଅରୁଣ ନିଜର ନୂଆ ଦାୟିତ୍ୱ ନେବା ପାଇଁ ସେପ୍ଟେମ୍ବର ୩୦ତାରିଖରେ ଚାକିରିରୁ ସ୍ବେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ। ଅକ୍ଟୋବର ୭ତାରିଖ ପୂର୍ବାହ୍ନରୁ ତାଙ୍କୁ ଅବସର ପାଇଁ ଅନୁମତି ଦେବାକୁ ସେ ଅନୁରୋଧ କରିଥିଲେ।

Leave A Reply

Your email address will not be published.