ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଲାଞ୍ଚ ନେଇ ଧରା ପଡିଲେ ନିର୍ବାହୀ ଯନ୍ତ୍ରୀ

0

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ। ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଛି। ତେଲ ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀଙ୍କୁ ଭିଜିଲାନ୍ସ ବିଭାଗ ସୋମବାର ଗିରଫ କରିଛି। ଜଣେ ଠିକାଦାରଙ୍କ ଠାରୁ ବକେୟା ବିଲ କରିବା ପାଇଁ ସେ ୪୬ ହଜାର ଟଙ୍କା ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

ମିଳିଥିବା ସୂଚନା ମୁତାବକ, ଠିକାଦାର ଦେବରଞ୍ଜନ ତ୍ରିପାଠୀଙ୍କ ଏକ ପୁରୁଣା ବିଲ୍‌ ଟଙ୍କା କରାଇଦେବାକୁ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ଟଙ୍କା ମାଗିଥିଲେ। ଏନେଇ ଠିକାଦାର ଦେବରଞ୍ଜନ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ ସୋମବାର ଠିକାଦାର ଦେବରଞ୍ଜନ ସୁବର୍ଣ୍ଣପୁର ଅଫିସ ପ୍ରକୋଷ୍ଠରେ ପହଞ୍ଚି ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ରଙ୍କୁ ୪୬ ହଜାର ଟଙ୍କା ଲାଞ୍ଚ ଦେଉଥିଲେ। ସେତିକିବେଳେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ବିଭାଗୀୟ ଅଧିକାରୀ ମାଡି ବସି ଲାଞ୍ଚ ଟଙ୍କା ଜବତ କରିବା ସହ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ରଙ୍କୁ ଧରିଥିଲେ। ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜ୍ଜୁ କରି ଏକକାଳୀନ ୬ଟି ଜାଗାରେ ଚଢ଼ାଉ ଜାରି ରହିଛି।

Leave A Reply

Your email address will not be published.