ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଜାହାନିଆ ସମୁଦ୍ରକୂଳରେ ସୋଆ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀଙ୍କ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ

0

ଭୁବନେଶ୍ୱର, ଅକ୍ଟୋବର ୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ‘ସ୍ୱଚ୍ଛତା ହି ସେବା’ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟବର୍ତୀ ଜାହାନିଆ ସମୁଦ୍ରକୂଳରେ ସଫେଇ କରାଯାଇଛି । ସମୁଦ୍ରକୂଳ ସଫେଇ ନେଇ ସଚେତନତା, ଉପକୂଳ ପରିବେଶ ସଂରକ୍ଷଣ ଏବଂ ପ୍ରଦୂଷଣ ମୁକ୍ତ ତଟ ବିଷୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।

ପ୍ରୋଗ୍ରାମ ଅଫିସର ଡକ୍ଟର ମୋଉ ରାୟ, ଡକ୍ଟର ଶ୍ୟାମଳେନ୍ଦୁ ତ୍ରିପାଠୀ, ଡକ୍ଟର ରାକେଶ ରୋଶନ୍ ଶତପଥୀ ଏବଂ ଡକ୍ଟର ଅନନ୍ତ ପ୍ରସାଦ ନନ୍ଦଙ୍କ ନେତୃତ୍ୱରେ ୯୦ ଜଣ ସ୍ୱେଚ୍ଛାସେବୀ ଏହି ସମୁଦ୍ର ତଟର ୫ କିମି ପରିସୀମା ସଫେଇ କରିଥିଲେ । ସେମାନେ ପ୍ଲାଷ୍ଟିକ୍ ପାଣିବୋତଲ, ବସ୍ତୁ ଓ ଚକଲେଟ୍ ଖୋଳ ଭଳି ପଦାର୍ଥ ସଂଗ୍ରହ କରିଥିଲେ । ସମୁଦ୍ରକୂଳ ସଫା କରିବା ପରେ ସ୍ୱେଚ୍ଛାସେବୀଙ୍କ ମଧ୍ୟରେ ଆନନ୍ଦ ଖେଳିଯାଇଥିଲା। ସଫେଇ କାର୍ଯ୍ୟକ୍ରମ ସମେତ ଏନ୍‌ଏସଏସ୍ ସ୍ୱେଚ୍ଛାସେବୀ ସମୁଦ୍ରକୂଳକୁ ବୁଲି ଆସିଥିବା ପର୍ଯ୍ୟଟକମାନଙ୍କୁ ବର୍ଜ୍ୟବସ୍ତୁକୁ ପକାଇବା ପାଇଁ ଡଷ୍ଟବିନ୍‌ର ବ୍ୟବହାର ନିମନ୍ତେ ସଚେତନ କରାଇଥିଲେ ।

Leave A Reply

Your email address will not be published.