ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ମହିଳାଙ୍କୁ ଦଶହରା ଭେଟି ଦେଲେ ମୁଖ୍ୟମନ୍ତ୍ରୀ

0

ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା

ବାରିପଦା: ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଛି। ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ଟଙ୍କା। ବାରିପଦା ଛଉ ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯାଇଛି।

‘ସୁଭଦ୍ରା’ ଯୋଜନା ପ୍ରଥମ ପର୍ଯ୍ୟାୟର ପ୍ରଥମ କିସ୍ତିର ଟଙ୍କା ଭୁବନେଶ୍ୱରରୁ ପ୍ରଧାନମନ୍ତ୍ରୀ ଡିବିଟି ମାଧ୍ୟମରେ ୨୫ ଲକ୍ଷ ମହିଳାଙ୍କ ଖାତାକୁ ପ୍ରଦାନ କରିଥିଲେ। ଆଜି ବାରିପଦାର ଛଉ ପଡିଆରେ ସୁଭଦ୍ରା ବଣ୍ଟନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ଉପସ୍ଥିତ ଅଛନ୍ତି।

ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ, ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ, ରାଜ୍ୟସଭା ସାଂସଦ ମମତା ମହାନ୍ତ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ, ଉପ ମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବିଧାୟକ ସନାତନ ବିଜୁଳି ପ୍ରମୁଖ ଉପସ୍ଥିତ ଅଛନ୍ତି।

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୨୫ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ବୁଧବାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯାଇଛି। ଡିସେମ୍ବର ସୁଦ୍ଧା ୧ କୋଟିରୁ ଅଧିକ ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ।

Leave A Reply

Your email address will not be published.