ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରତନ ଟାଟାଙ୍କୁ ‘ଭାରତ ରତ୍ନ’ ସମ୍ମାନରେ ସମ୍ମାନିତ ପ୍ରସ୍ତାବ ପାରିତ

0

ମହାରାଷ୍ଟ୍ର: ଦେଶର ପ୍ରସିଦ୍ଧ ବିଜନେସ ଟାଇକୁନ ରତନ ଟାଟାଙ୍କର ବୁଧବାର ରାତିରେ (୯ ଅକ୍ଟୋବର ୨୦୨୪) ୮୬ ବର୍ଷ ବୟସରେ ମୁମ୍ବାଇର ଏକ ହସ୍ପିଟାଲରେ ପରଲୋକ ହୋଇଛି। ନିଜର ସରଳ ସ୍ବଭାବ ଏବଂ ଦୟାର୍ଦ ହୃଦୟ ପାଇଁ ଲୋକଙ୍କ ହୃଦୟରେ ଏକ ବିଶେଷ ସ୍ଥାନ ସୃଷ୍ଟି କରିଥିବା ରତନ ଟାଟା ଶିକ୍ଷା, ସ୍ବାସ୍ଥ୍ୟ ସେବା, ଗ୍ରାମୀଣ ବିକାଶ ଏବଂ ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ଅନେକ ଅବଦାନ ଦେଇଛନ୍ତି। ସେ ଦେଶ ପାଇଁ ଥିଲେ ଜଣେ ଅମୂଲ୍ୟ ରତ୍ନ।

ଏହି ପରିପ୍ରେକ୍ଷୀରେ ମହାରାଷ୍ଟ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମହାରାଷ୍ଟ୍ରର ସିନ୍ଦେ ସରକାର ରତନ ଟାଟାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବା ପ୍ରସ୍ତାବକୁ ପାରିତ କରିଛନ୍ତି। ବର୍ତ୍ତମାନ କେନ୍ଦ୍ର ସରକାର ଏହି ପ୍ରସ୍ତାବ ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନେବେ। ଆଜି ମହାରାଷ୍ଟ୍ର କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ରତନ ଟାଟାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବା ସହ ଏକ ଶୋକ ପ୍ରସ୍ତାବ ପାରିତ କରାଯାଇଥିଲା। ଏହା ପରେ ଭାରତ ରତ୍ନ ପୁରସ୍କାର ପାଇଁ ତାଙ୍କ ନାମ ପ୍ରସ୍ତାବ ଦେବାକୁ ନିଷ୍ପତ୍ତି ନିଆଯାଇଛି। ମହାରାଷ୍ଟ୍ର ସରକାର ବର୍ତ୍ତମାନ ଏହି ପ୍ରସ୍ତାବକୁ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇବେ। ଏଥିସହ ରତନ ଟାଟାଙ୍କ ମୃତ୍ୟୁକୁ ନେଇ ମହାରାଷ୍ଟ୍ରରେ ଦିନିକିଆ ଶୋକ ଘୋଷଣା କରାଯାଇଛି। ଏହିସମୟରେ ରାଜ୍ୟର ସରକାରୀ କାର୍ଯ୍ୟାଳୟଗୁଡ଼ିକର ଜାତୀୟ ପତାକା ଅର୍ଦ୍ଧ ନମିତ ହୋଇ ରହିବ।

Leave A Reply

Your email address will not be published.