ଜାପାନ: ୨୦୨୪ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଜାପାନର ସାମାଜିକ ସଙ୍ଗଠନ ନିହୋନ ହିଡାନକ୍ଯୋକୁ ମିଳିବ ନୋବେଲ ଶାନ୍ତି ପୁରସ୍କାର। ପରମାଣୁ ଅସ୍ତ୍ରଶସ୍ତ୍ର ବିରୋଧରେ ଅଭିଯାନ ଜାରି ରଖିଥିବାରୁ ଏହି ପୁରସ୍କାର ପ୍ରଦାନ କରାଯିବ। ପରମାଣୁ ବୋମା ପୀଡ଼ିତଙ୍କ ପାଇଁ କାମ କରିବା ସହ ପରମାଣୁ ଅସ୍ତ୍ର ବିରୋଧରେ ପ୍ରଚାର ତଥା ସଚେତନତା ପାଇଁ ଏହି ସଙ୍ଗଠନକୁ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି। ‘ନିହୋନ୍ ହିଡାନ୍କ୍ୟୋ’ ସଂଗଠନର କହିବାକଥା, ବିଶ୍ୱରେ ଆଉ କେବେ ବି ପରମାଣୁ ଅସ୍ତ୍ର ବ୍ୟବହାର କରାଯିବା ଉଚିତ ନୁହେଁ। ଏପରି ମହନୀୟ ଚିନ୍ତାଧାରା ଏବଂ ଉଦ୍ୟମ ପାଇଁ ଆଜି ଏହି ସଂଗଠନକୁ ନୋବେଲ ଶାନ୍ତି ପୁରସ୍କାର ବିଜେତା ଭାବେ ଘୋଷିତ କରାଯାଇଛି।
ନରୱେ ନୋବେଲ କମିଟି ଚଳିତ ବର୍ଷର ନୋବେଲ ଶାନ୍ତି ପୁରସ୍କାର ପାଇଁ ମୋଟ ୨୮୬ ଜଣ ପ୍ରାର୍ଥୀଙ୍କ ଆବେଦନ ଗ୍ରହଣ କରିଥିଲା। ସେମାନଙ୍କ ମଧ୍ୟରୁ ଜାପାନର ନିହୋନ୍ ହିଡାନକିଓ ସଂଗଠନ ଉପରେ ମୋହର ବାଜିଛି। ଗତ ବର୍ଷ ଅର୍ଥାତ୍ ୨୦୨୩ରେ ଇରାନର ସାମ୍ବାଦିକ ତଥା ମାନବାଧିକାର କର୍ମୀ ନର୍ଗିସ୍ ମହମ୍ମଦ ନୋବେଲ ଶାନ୍ତି ପୁରସ୍କାର ପାଇଥିଲେ।
ପ୍ରମୁଖ ଖବର
୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ