ପ୍ରମୁଖ ଖବର

ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା ଗିରଫ
ପରଲୋକରେ ଲୋକପ୍ରିୟ ଅଭିନେତା ଅଚ୍ୟୁତ ପୋତଦାର୍
କଟକ ସହରରେ ଗଣେଶ ପୂଜା ପାଇଁ ଗାଇଡଲାଇନ ଜାରି
ଶିଶୁ ବାଟିକା ପିଲାମାନଙ୍କୁ ମିଳିବ ମାଗଣା ୟୁନିଫର୍ମ
ବନ୍ଦ ହୋଇଯିବ ଭୁବନେଶ୍ଵର-ଦୁବାଇ ବିମାନ ସେବା
ଆଳି ଏକମାଣିଆ ମଇଁଷି ମୃତ୍ୟୁ ଘଟଣା : ମିଳିବ କ୍ଷତିପୂରଣ

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ମାଡ଼ିଗଲା ବସ, ମହିଳା କନଷ୍ଟେବଳ ମୃତ

0

ତିର୍ତ୍ତୋଲ: ଜଗତସିଂହପୁର ଜିଲା ତିର୍ତ୍ତୋଲ ବଜାର ନିକଟରେ ଶୁକ୍ରବାର ବସ ଧକ୍କାରେ ଜଣେ ମହିଳା କନଷ୍ଟେବଳଙ୍କ ମୃତ୍ୟୁ ଘଟିଛି। ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ କନଷ୍ଟେବଲଙ୍କ ଉପରେ ମାଡ଼ିଗଲା ବସ୍‌। ମୃତ କନଷ୍ଟେବଳ ହେଲେ ସୁରଜା ମୁଣ୍ଡା।

ତିର୍ତ୍ତୋଲ ଥାନାରେ କାର୍ଯ୍ୟରତ ଥିଲେ ସୁରଜା। ସେ ଡ୍ୟୁଟି ସାରି ସ୍କୁଟି ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ଏକ ବସ୍‌ ଆସି ତାଙ୍କୁ ଧକ୍କା ଦେଇଥିଲା। ସେ ତଳେ ପଡ଼ିଯାଇଥିଲେ। ତାଙ୍କ ଉପରେ ବସ୍‌ଟି ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ସୁରଜାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା। ହେଲେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଦୁର୍ଘଟଣା ଘଟାଇଥିବା ବସକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।

Leave A Reply

Your email address will not be published.