ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଆସନ୍ତା ୨୪ରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ନୂଆଦିଲ୍ଲୀ: ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଆସନ୍ତା ୨୪ ତାରିଖର ପୁରୀ ଆସିବା କାର୍ଯ୍ୟକ୍ରମ ରହିଛି। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବାକୁ ସେ ସ୍ଵୀକୃତି ପ୍ରଦାନ କରିଛନ୍ତି। ଦିନ ୧୨ଟା ଠାରୁ ୧ଟା ପର୍ଯ୍ୟନ୍ତ ଆୟୁର୍ବେଦ ମହାବିଦ୍ୟାଳୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିଷ୍ଠା ଦିବସ ସମାରୋହରେ ଉପସ୍ଥିତ ରହିବେ।

ଏହାପରେ ସେ ଶ୍ରୀ ଜଗନ୍ନାଥ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଆୟୁଷ ମନ୍ତ୍ରୀଙ୍କ ସମେତ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କୁ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେବା ପାଇଁ କଲେଜ କର୍ତୃପକ୍ଷ ନିମନ୍ତ୍ରଣ କରିଛନ୍ତି। ତେବେ ଆଜି ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ କାର୍ଯକ୍ରମ ଚିଠି ପହଞ୍ଚିଛି।

Leave A Reply

Your email address will not be published.