ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ନ୍ୟାୟଦେବୀ ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ

0

ଭାରତୀୟ ଆଇନ ଅନ୍ଧ ନୁହେଁ
ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି

ନୂଆଦିଲ୍ଳୀ: ଭାରତୀୟ ଆଇନ ଅନ୍ଧ ନୁହେଁ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ଭାରତୀୟ ଆଇନ ଅନ୍ଧ ବୋଲି ଯେଉଁ ଧାରଣା ଥିଲା, ତାହା ବଦଳିବ।

ଉଲ୍ଲେଖଯୋଗ୍ୟ, ସୁପ୍ରିମକୋର୍ଟରେ ନ୍ୟାୟ ଦେବୀଙ୍କ ଏକ ନୂତନ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ଏହି ପ୍ରତିମୂର୍ତ୍ତିରେ କିଛି ପରିବର୍ତ୍ତନ କରାଯାଇଥିବା ଦେଖିବାକୁ ମିଳିଛି। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ ନ୍ୟାୟଦେବୀଙ୍କ ସ୍ୱରୂପକୁ ବଦଳାଇ ଦିଆଯାଇଛି। ଏହାର ପ୍ରମୁଖ ଉଦ୍ଦେଶ୍ୟ ହେଉଛି, ଜନତା ଜାଣିବା ଆବଶ୍ଯକ ଯେ ଭାରତରେ ଆଇନ ଅନ୍ଧ ନୁହେଁ।ନ୍ୟାୟ ଦେବୀ ସମସ୍ତଙ୍କ ବିଚାର ଠିକ ଭାବେ କରନ୍ତି।

ପ୍ରଧାନ ବିଚାରପତିଙ୍କ ବିଚାରରେ ଖଣ୍ଡା ହେଉଛି ହିଂସାର ପ୍ରତୀକ। କିନ୍ତୁ ଅଦାଲତଙ୍କ କାର୍ଯ୍ୟ ହିଂସାତ୍ମକ ନୁହେଁ।କୋର୍ଟ ସବୁବେଳେ ସାମ୍ବିଧାନିକ ବିଧି ବ୍ୟବସ୍ଥା ଭିତରେ ନ୍ୟାୟ ପ୍ରଦାନ କରିଥାନ୍ତି। ସୁପ୍ରିମକୋର୍ଟର ବିଚାରପତିଙ୍କ ଲାଇବ୍ରେରୀରେ ଏହି ନୂତନ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ପ୍ରଧାନ ବିଚାରପତି ନିଜେ ଏହି ପ୍ରତିମୂର୍ତ୍ତି ତିଆରି କରିବାକୁ ନିର୍ଦ୍ଦେଶ ଦେଇଥିଲେ।

Leave A Reply

Your email address will not be published.