ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଅଟୋକୁ ପିଟିଲା ବସ୍‌, ୧୨ ମୃତ

0

ଧୌଲପୁର: ସକାଳୁ ସକାଳୁ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅଟୋକୁ ପିଟିଦେଲା ବସ୍‌। ଚାଲିଗଲା ୧୨ ଜଣଙ୍କ ଜୀବନ। ରାଜସ୍ଥାନର ଧୌଲପୁରରେ ଘଟିଛି ଏହି ଦୁର୍ଘଟଣା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ପୋଲିସ । ସମସ୍ତ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁସାରେ, ବରୌଲି ଗାଁରେ ଏକ କାର୍ଯ୍ୟକ୍ରମରେ ସାମିଲ ହୋଇ ଏକ ଅଟୋରେ ଘରକୁ ଫେରୁଥିବା ବେଳେ କରୌଲି-ଧୌଲପୁର ଜାତୀୟ ରାଜପଥର ଏନ୍‌ଏଚ୍‌-୧୧(ବି) ସ୍ଥିତ ସୁନିପୁର ଗାଁ ନିକଟରେ ଏକ ଏକ ସ୍ଲିପର କୋଚ୍‌ ବସ୍‌ ଦ୍ରୁତ ଗତିରେ ଆସି ଅଟୋକୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ମୃତକଙ୍କ ମଧ୍ୟରେ ୯ ଜଣ ଛୋଟ ପିଲା, ଦୁଇ ଜଣ ମହିଳା ଓ ଜଣେ ପୁରୁଷ ଥିବା ନେଇ ସୂଚନା ମିଳିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.