ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ପାରିବାରିକ କଳହରେ ଦେହରେ ନିଆଁ ଲଗାଇଲେ ସ୍ତ୍ରୀ

0

ବଞ୍ଚାଇବାକୁ ଯାଇ ପୋଡ଼ିଗଲେ ସ୍ୱାମୀ
ସୋର: ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଜଡ଼ିଦା ପଞ୍ଚାୟତ ଆଡ଼ିଆ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହ ଉଗ୍ରରୂପ ନେଇ କିରାସିନ ଢାଳି ଦେହରେ ନିଆଁ ଲଗାଇ ଦେଲେ ସ୍ତ୍ରୀ। ଆଉ ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ପୋଡ଼ି ହୋଇଗଲେ ସ୍ୱାମୀ। ମହିଳା ଜଣକ ଭାନୁମତି ମହାରାଣା ବୋଲି ଜଣାପଡିଛି। ତାଙ୍କୁ ବଞ୍ଚାଇବାକୁ ଯାଇ ତାଙ୍କ ସ୍ୱାମୀ ଶଶିକାନ୍ତ ମହାରାଣା ମଧ୍ୟ ଗୁରୁତର ଆହତ ହୋଇଛନ୍ତି।

ସୂଚନାନୁସାରେ, ଏହି ଦମ୍ପତିଙ୍କ ମଧ୍ୟରେ ପାରିବାରିକ କଳହକୁ ନେଇ ବିବାଦ ଲାଗି ରହିଥିଲା ଏବଂ ଆଜି ସକାଳେ ଝଗଡା ଉଗ୍ରରୁପ ନେଇଥିଲା। ଫଳରେ ଭାନୁମତି ରାଗିଯାଇ ନିଜ ଉପରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ। ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ପୋଡ଼ି ହୋଇଗଲେ ସ୍ୱାମୀ। ଗୁରୁତର ଅବସ୍ଥାରେ ସ୍ୱାମୀ ଶଶିକାନ୍ତ ମହାରଣା ଓ ତାଙ୍କ ସ୍ତ୍ରୀ ଭାନୁମତିଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଦମ୍ପତିଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ପରେ ଉଭୟଙ୍କୁ ପରିବାର ସଦସ୍ୟ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.