ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ

0

ଭୁବନେଶ୍ବର: ଆସନ୍ତା ୨୩ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ବାତ୍ୟା ‘ଦାନା’। ତେବେ ବାତ୍ୟା ନେଇ ଆଇଏମଡିର ଆକଳନ ପରେ ଏବେ ଲୋକଙ୍କ ମନରେ ଛନକା ପଶିଥିବା ବେଳେ ଏହାର ଫାଇଦା ଉଠାଇ କିଛି ଅସାଧୁ ବ୍ୟବସାୟୀ ବିଭିନ୍ନ ଆବଶ୍ୟକୀୟ ସାମଗ୍ରୀକୁ ଚଢା ଦରରେ ବିକ୍ରି କରିପାରନ୍ତି। ଯାହାକୁ ନେଇ ସତର୍କ କରାଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ସତର୍କ ରହିଛନ୍ତି।

କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କଡ଼ା ଚେତାବନୀ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ଦେଖି ଅସାଧୁ ବ୍ୟବସାୟୀ କଳାବଜାର କଲେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ତାଗିଦ୍‌ କରିଛନ୍ତି। ଏପରିକି ଖାଦ୍ୟ ସାମଗ୍ରୀ ମହଜୁଦ ସ୍ଥାନ ଉପରେ ନଜର ରଖିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ନ ବାତ୍ୟା ପାଇଁ ଯେପରି କଳାବଜାର ନ ହୁଏ ସତର୍କ ରହିବାକୁ ମନ୍ତ୍ରୀ ଜନସାଧାଣଙ୍କୁ ପରାମର୍ଶ ଦେଇଛନ୍ତି।

ବଙ୍ଗୋପସାଗରରେ ବାତ୍ୟା ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ରବିବାର ସ୍ପଷ୍ଟ ସୂଚନା ଦେଇଛନ୍ତି। ୨୩ ତାରିଖରେ ଘୂର୍ଣ୍ଣିବାତ୍ୟା ସୃଷ୍ଟି ହୋଇ ୨୪ ତାରିଖରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ ବୋଲି ଆଇଏମ୍‌ଡି ଡିଜି ଆକଳନ କରିଛନ୍ତି। ଆସନ୍ତା ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ ୨୫ ତାରିଖରେ ବର୍ଷା ଅଧିକ ହେବ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି। ଏପରିକି ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଅଧିକ ବର୍ଷିବ। କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ଏପରିକି ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ବୋଲି ମୃତ୍ୟୁଞ୍ଜୟ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.