ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଫୋନରେ ମିଛ ଧମକ ଏକ ‘ଧର୍ତ୍ତବ୍ୟ ଅପରାଧ’ : ବେସାମରିକ ଚଳାଚଳ ମନ୍ତ୍ରୀ

0

ନୂଆଦିଲ୍ଲୀ: ବାରମ୍ବାର ଭାରତୀୟ ବିମାନଗୁଡିକୁ ବୋମାରେ ଉଡାଇ ଦେବାକୁ ଧମକ ମିଳୁଥିବାରୁ ନେଇ ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିଛନ୍ତି ବେସାମରିକ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ। ଏପରି ଅପରାଧକୁ ରୋକିବା ପାଇଁ ଆଇନରେ ସଂଶୋଧନ ଆଣିବାକୁ ଆଲୋଚନା ଚାଲିଥିବା ସେ କହିଛନ୍ତି।

ବର୍ତ୍ତମାନ ସମୟରେ ଯେଉଁପରି ଭାବେ ବିମାନରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ୍‌‌ ଆସୁଛି ଏହା ସମ୍ବେଦନଶୀଳ ପରିସ୍ଥିତି ସୃଷ୍ଟି କରିଛି। ଏପରି କାର୍ଯ୍ୟକଳାପକୁ ‘ଧର୍ତ୍ତବ୍ୟ ଅପରାଧ’ ତାଲିକାରେ ରଖିବାକୁ ଆଲୋଚନା କରାଯାଉଛି। ଘଟଣାରେ ଯେଉଁମାନେ ଧରାପଡ଼ିବେ ସେମାନଙ୍କୁ ତୁରନ୍ତ ନୋ-ଫ୍ଲାଏ ଲିଷ୍ଟରେ ରଖାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏପରି ମିଛ କଲ ପାଇଁ ସାରା ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ବିମାନ କମ୍ପାନୀମାନେ ଆର୍ଥିକ ସମସ୍ୟା ସହ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

Leave A Reply

Your email address will not be published.