ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ବାତ୍ୟାକୁ ନେଇ ଆତଙ୍କିତ ନ ହୋଇ ସତର୍କ ତଥା ପ୍ରସ୍ତୁତ ରୁହନ୍ତୁ : ଉପମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଆସନ୍ତାକାଲି ଏହା ଅବପାତ ରୂପ ନେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବିପର୍ଯ୍ୟୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ସିଂହଦେଓ ସମସ୍ତ ଅଧିକାରୀଙ୍କୁ ଆତଙ୍କିତ ନ ହୋଇ ସତର୍କ ତଥା ପ୍ରସ୍ତୁତ ରହିବା ଏବଂ ବାତ୍ୟା ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିବା ପାଇଁ ପରାମର୍ଶ ଦେଇଛନ୍ତି । ଯେକୌଣସି ପ୍ରକାର ସମସ୍ୟା ଆସିଲେ ମଧ୍ୟ ତାହାର ମୁକାବିଲା କରିବା ପାଇଁ ପ୍ରଶାସନ ପ୍ରସ୍ତୁତ ଅଛି।

ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜନସାଧାରଣଙ୍କୁ ସହାୟତା ଯୋଗାଇ ଦେବା ପାଇଁ କୃଷି ଭବନ ତଥା ସମସ୍ତ ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ କାର୍ଯ୍ୟ କରିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ପରିପ୍ରେକ୍ଷୀରେ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ଅକ୍ଟୋବର ୨୫ ତାରିଖ ପର୍ଯ୍ୟନ୍ତ ସମସ୍ତ ଅଧିକାରୀଙ୍କୁ ଛୁଟି ନ ନେବାକୁ ପରାମର୍ଶ ଦେଇଥିବାବେଳେ ଫସଲ ସମ୍ବନ୍ଧୀୟ ଯେକୌଣସି ପରାମର୍ଶ ପାଇଁ ଚାଷୀମାନେ କୃଷକ ସମୃଦ୍ଧ ହେଲ୍ପଲାଇନ (୧୫୫୩୩୩) ଏବଂ ସୋସିଆଲ ମିଡ଼ିଆର ସହାୟତା ନେବା ପାଇଁ କହିଛନ୍ତି।

Leave A Reply

Your email address will not be published.