ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ବାବା ସିଦ୍ଦିକିଙ୍କ ହତ୍ୟା ମାମଲାରେ ଆଉ ୩ ଗିରଫ

0

ପୁଣେ: ବାବା ସିଦ୍ଦିକିଙ୍କ ହତ୍ୟା ମାମଲାରେ ପୋଲିସ ଆଉ ତିନି ଜଣଙ୍କୁ ଗିରଫ କରିଛି। ବୁଧବାର ବିଳମ୍ବିତ ରାତିରେ ପୁଣେରୁ ଏହି ୩ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ହୋଇଥିବା ମୋଟ ଅଭିଯୁକ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଏହି ମାମଲାରେ ପୁଲିସ ପୂର୍ବରୁ ୧୧ ଜଣଙ୍କୁ ଗିରଫ କରିଥିବା ବେଳେ ଏବେ ଆଉ ତିନି ଜଣଙ୍କୁ ଗିରଫ କରିଛି।

ଗିରଫ କରାଯାଇଥିବା ଅଭିଯୁକ୍ତମାନେ ହେଲେ, ରୂପେଶ ରାଜେନ୍ଦ୍ର ମୋହୋଲ (୨୨), କରଣ ରାହୁଲ ସାଲଭେ (୧୯) ଏବଂ ଶିବମ ଅରବିନ୍ଦ କୋହାଡ (୨୦)। ଏମାନେ ପୁଣେର ବାସିନ୍ଦା। ସେମାନଙ୍କୁ ଗିରଫ କରାଯାଇ ପଚରାଉଚରା କରାଯାଉଛି। ଅକ୍ଟୋବର ୧୨ ରେ ମୁମ୍ବାଇର ବାନ୍ଦ୍ରା ଅଞ୍ଚଳରେ ବାବା ସିଦ୍ଦିକିଙ୍କଙ୍କ ପୁଅ ତଥା ବିଧାୟକ ଜିଶାନ ସିଦ୍ଦିକିଙ୍କ କାର୍ଯ୍ୟାଳୟ ବାହାରେ ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ପୋଲିସ ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ସନ୍ଦିଗ୍ଧ ଶୁଟର୍‌ ଧର୍ମରାଜ କଶ୍ୟପ ଓ ଗୁରମେଲ ସିଂହ ସମେତ ୧୧ ଜଣଙ୍କୁ ଗିରଫ କରିଛି। ତେବେ ମୁଖ୍ୟ ଶୁଟର୍‌ ଶିବକୁମାର ଗୌତମ ଓ ଦୁଇ ଜଣ ଷଡ଼ଯନ୍ତ୍ରକାରୀ ଏବେ ବି ଫେରାର ଅଛନ୍ତି।

Leave A Reply

Your email address will not be published.