ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ଜଷ୍ଟିସ୍ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

0

ନୂଆଦିଲ୍ଲୀ: ଜଷ୍ଟିସ୍ ସଞ୍ଜୀବ ଖାନ୍ନା ହେବେ ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ପ୍ରଧାନ ବିଚାରପତି ଅଛନ୍ତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ । ସେ ଅବସର ନେବା ପରେ ଜଷ୍ଟିସ ଖାନ୍ନା ନଭେମ୍ବର ୧୧ ତାରିଖରେ ପ୍ରଧାନ ବିଚାରପତି ଭାବେ ଶପଥ ନେବେ । ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ।

ସୂଚନାଯୋଗ୍ୟ, ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ଏଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଜଷ୍ଟିସ ଡିୱାଇ ଚନ୍ଦ୍ରଚୂ ତାଙ୍କର ଉତ୍ତରାଧିକାରୀ ଭାବେ ବରିଷ୍ଠତା ଦୃଷ୍ଟିରୁ ଜଷ୍ଟିସ ଖାନ୍ନାଙ୍କ ନାଁ ସୁପାରିସ କରିଥିଲେ। ଏହା ଉପରେ ଆଜି ମୋହର ବାଜିଛି। ଏ ସମ୍ପର୍କରେ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏକ୍ସ ମାଧ୍ୟମରେ ସୂଚନା ଦେଇଛନ୍ତି।
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ୬ ମାସ ଧରି ଜଷ୍ଟିସ ଖାନ୍ନା ଦାୟିତ୍ବରେ ରହିବେ। ଅର୍ଥାତ୍ ଜଷ୍ଟିସ ଖାନ୍ନାଙ୍କ କାର୍ଯ୍ୟକାଳ ଆସନ୍ତା ବର୍ଷ ମେ ୧୩ରେ ଶେଷ ହେବ। ୧୯୬୦ ମେ’ ୧୪ରେ ଜନ୍ମିତ ଜଷ୍ଟିସ୍‌ ଖାନ୍ନା ଦିଲ୍ଲୀ ୟୁନିଭର୍ସିଟିର କ୍ୟାମ୍ପସ୍‌ ଲ’ ସେଣ୍ଟରରେ ଆଇନ ଶିକ୍ଷା ଲାଭ କରିଥିଲେ। ଏହାପରେ ବିଭିନ୍ନ ହାଇକୋର୍ଟରେ ଓକିଲାତି କରିବା ସହ ସହକାରୀ ସରକାରୀ ଓକିଲ ଭାବେ ଦିଲ୍ଲୀ ହାଇକୋର୍ଟରେ କାର୍ଯ୍ୟ କରିଥିଲେ। ପରେ ଆମିକସ କ୍ୟୁରି ଭାବେ ନିଯୁକ୍ତି ପାଇଥିଲେ। ୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଆଡିସନାଲ ଜଜ୍ ହୋଇଥିଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା। ୨୦୦୬ରେ ତାଙ୍କୁ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ଏହାପରେ ୨୦୧୯ରୁ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ। ସେବେଠାରୁ ସେ ସୁପ୍ରିମକୋର୍ଟ ବିଚାରପତି ଭାବେ କାର୍ଯ୍ୟ କରିଆସୁଛନ୍ତି।

Leave A Reply

Your email address will not be published.