- ଭୁବନେଶ୍ବର: କରୋନା ବିପର୍ଯ୍ୟୟ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ପାଇଁ ସହାୟତା ଆହ୍ବାନ କରିବା ପରେ ବିଭିନ୍ନ ସଂସ୍ଥା ତତ୍ପର ହୋଇ ଉଠିଛନ୍ତି। ଏହି ତାଲିକାରେ ଆଜି ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ ଯୋଡି ହୋଇଛି। ନିଗମ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏକ ପ୍ରେସ ଇସ୍ତାହାରରେ କହିଛନ୍ତି, ବିଶ୍ବ ଏବେ ‘କରୋନା’ ବା ‘କୋଭିଡ୍-୧୯ ଭୂତାଣୁ’ ବିରୁଦ୍ଧରେ ଯୁଦ୍ଧ କରୁଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ସମୟୋଚିତ ଦୃଢ଼ ପଦକ୍ଷେପ ଓ ଓଡ଼ିଶାବାସୀଙ୍କ ସକ୍ରିୟ ସହଯୋଗ ଯୋଗୁ କରୋନାଜନିତ ସଂକ୍ରମଣକୁ ଓଡ଼ିଶା ଆଜି ସୁଦ୍ଧା ନିୟନ୍ତ୍ରଣରେ ରଖିବାକୁ ସକ୍ଷମ ହୋଇଛି। ପ୍ରାୟ ସବୁ ଜିଲ୍ଲାକୁ ସିଲ୍ କରିଦିଆଯାଇଛି।
- ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ କରୋନାର ମୁକାବିଲା ଓ ମାନବିକତା ଗତିବିଧିକୁ କ୍ରିୟାଶୀଳ କରି ରଖିବା ଉଦ୍ଦେଶ୍ୟରେ ଓ.ଟି.ଡି.ସି. ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ( କୋଭିଡ୍ -୧୯)କୁ ୫ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି l ଏହି ଟଙ୍କା ଆଜି ମନି ଟ୍ରାନ୍ସଫର ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରେରଣ କରାଯାଇଛି।
- ସମଗ୍ର ଓଡ଼ିଶାବାସୀଙ୍କୁ ସାମ୍ପ୍ରତିକ ପରିସ୍ଥିତିରେ ସାମାଜିକ ଦୂରତ୍ୱକୁ ଯଥାସମ୍ଭବ ପାଳନ କରି ନିଜ ଘରେ ନିଜକୁ ଆବଦ୍ଧ ରଖି ନିଜର ଆତ୍ମୀୟସ୍ୱଜନ ଓ ପରିବାରବର୍ଗଙ୍କୁ ବିଶ୍ୱ ମହାମାରୀ ‘କରୋନା’ରୁ ସୁରକ୍ଷିତ ରଖିବାକୁ ଶ୍ରୀମତୀ ମିଶ୍ର ଅନୁରୋଧ କରିଛନ୍ତି। ଏହାସହିତ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ମୁକାବିଲା ନିମନ୍ତେ ଯେଉଁ ଶପଥ ପାଠ ପାଇଁ ଆହ୍ୱାନ କରିଛନ୍ତି ତାକୁ ସମସ୍ତେ ଅନୁସରଣ କରିବା ନିମନ୍ତେ ସେ ଅନୁରୋଧ କରିଛନ୍ତି।
ପ୍ରମୁଖ ଖବର
୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍ ଭୋଟରଙ୍କୁ SIR ନୋଟିସ୍
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ