ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବ୍ରହ୍ମପୁର ମେଡିକାଲ କଲେଜରେ ରାଗିଂ

0

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜରେ ରାଗିଂ ଅଭିଯୋଗ। ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ସିନିୟର ଛାତ୍ର ମାନେ ରାଗିଂ କରିଥିବା ଅଭିଯୋଗ ହୋଇଛି। ପ୍ରଥମ ବର୍ଷର ଛାତ୍ରମାନେ ଦ୍ବିତୀୟ ବର୍ଷକୁ ଉତ୍ତୀର୍ଣ୍ଣ ହେବା ପରେ ସେମାନଙ୍କ ହଷ୍ଟେଲ ପରିବର୍ତ୍ତନ କରାଯାଇଥିଲା। କ୍ୟାବିନ ବ୍ଲକରୁ ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ୩ଟି ହଷ୍ଟେଲକୁ ପଠାଯାଇଥିବା ବେଳେ ସିନିୟର ମାନେ ସେଠାର ରାଗିଂ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ନେଇ ଦ୍ବିତୀୟ ବର୍ଷର ଛାତ୍ରମାନେ ଆଣ୍ଟି ରାଗିଂ ସେଲରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ନେଇ ଆଜି ଆଣ୍ଟି ରାଗିଂ କମିଟିର ବୈଠକ ହେବ ବୋଲି ସୂଚନା ଦେଇଛନ୍ତି ଡିନ୍।

ତଦନ୍ତ ବେଳେ ହଷ୍ଟେଲର କୌଣସି ଛାତ୍ର ମୁହଁ ଖୋଲୁନାହାନ୍ତି। ହେଲେ ମାନସିକ ଓ ଶାରୀରିକ ନିର୍ଯାତନା ନେଇ ଏନଏମସିରେ ଅଭିଯୋଗ ହୋଇଛି। ଏନେଇ କଲେଜର ଆଣ୍ଟି ରାଗିଂ ସେଲ୍‌ରେ ବୈଠକ ବସି ତା ପରେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି କହିଛନ୍ତି କଲେଜ ଡିନ୍। ଅଭିଯୋଗ ସତ ପ୍ରମାଣିତ ହେଲେ ଅଭିଯୁକ୍ତ ଛାତ୍ରଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏମକେସିଜି ମେଡିକାଲ ଡିନ ସୂଚନା ଦେଇଛନ୍ତି।

Leave A Reply

Your email address will not be published.