ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରେ ପୁଣି ଥରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବିମାନ ବନ୍ଦର ପରିସର ଡମ୍ପିଂ ୟାର୍ଡରେ ବାଘ ଥିବା ସୂଚନା ମିଳିଛି । ରାଜଧାନୀରେ ବାଘ ଆତଙ୍କ। ମଝି ରାସ୍ତାରେ ରାଜଧାନୀ ଛାତି ଉପରେ ବାଘକୁ ଦେଖି ଲୋକେ ଛାନିଆ।
ଭୁବନେଶ୍ୱର ବିମାନବନ୍ଦରରେ ବୁଲୁଛି ବାଘ। ଏୟାରପୋର୍ଟ ନିକଟ ଡମ୍ପିଂ ୟାର୍ଡରେ ବାଘ ଦେଖାଯିବା ନେଇ ସୂଚନା ମିଳିଛି। ବାଘକୁ ବିମାନବନ୍ଦରରେ ଦେଖି ସାଧାରଣ ଲୋକ ଛାନିଆ ହୋଇଯାଇଛନ୍ତି। ତେବେ ବାଘକୁ ଠାବ କରିବା ପାଇଁ ବନ ବିଭାଗର ନଜର ରଖିଛି। ପ୍ଲାଷ୍ଟିକ ଜାଲରେ ବାଘକୁ କାବୁ ପାଇଁ ପ୍ରୟାସ କରାଯାଉଛି। ପୂର୍ବରୁ ଗତ ୨୦୧୯ ଫେବ୍ରୁଆରୀ ୨୦ ତାରିଖରେ ଏୟାରପୋର୍ଟ ଅଞ୍ଚଳରେ ବାଘ ଦେଖାଯାଇଥିଲା। ବାଘଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲା ବନବିଭାଗ।
ପ୍ରମୁଖ ଖବର
ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ