ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଦୀପାବଳୀ ପାଇଁ ଆସିଲା ଗାଇଡଲାଇନ୍

0
  • ସଂଧ୍ୟା ୭ରୁ ୯ ମଧ୍ୟରେ ଫୁଟିବ ବାଣ
  • ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା
  • ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି

ଭୁବନେଶ୍ବର: ଆଜି ବାଣଫୁଟା ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ  ଗାଇଡଲାଇନ୍ ଜାରି କରାଯାଇଛି। ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ମିଳିଛି। ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା। ପାର୍କ, ସାଇଲେନ୍ସ ଜୋନରେ ବାଣ ଫୁଟାଇବାକୁ ବାରଣ କରାଯାଇଛି।

ଏହାଛଡ଼ା ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, କୋର୍ଟଠାରୁ ୧୦୦ ମିଟର ଭିତରେ ମଧ୍ୟ ବାଣ ଫୁଟାଇବାକୁ ମନା କରାଯାଇଛି। ଧାର୍ମିକ ଅନୁଷ୍ଠାନର ଶହେ ମିଟର ପରିଧି ମଧ୍ୟରେ ମଧ୍ୟ ଫୁଟାଯିବନି ବାଣ। ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି। ବସ୍ତି ସହ ରାସ୍ତା ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ବାରଣ କରାଯାଇଛି। ୧୦ ବର୍ଷରୁ କମ୍‌ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ଦେବା ମନା। ବେରିୟମ ଓ କେମିକାଲଯୁକ୍ତ ବାଣ ବିକ୍ରି, ବ୍ୟବହାର ମନା କରାଯାଇଛି।

Leave A Reply

Your email address will not be published.