ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ସୋଆ ଫାର୍ମାସୀ କର୍ମଚାରୀ ଓ ଛାତ୍ର ଛାତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର; ମଙ୍ଗଳବାର ସାରା ଦେଶରେ ସ୍ବାସ୍ଥ୍ୟ ସେବା କ୍ଷେତ୍ର ନିମନ୍ତେ ୧୨ ହଜାର ୮୫୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ଉପକଣ୍ଠ ଗୋଠପାଟଣା ଠାରେ ଥିବା ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟେରୀ ସେଣ୍ଟରର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଡାଃ ମୁକେଶ ମହାଲିଙ୍ଗ।

ଏହି ଅବସରରେ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲର ଫର୍ମାସୀ ବିଭାଗର କର୍ମଚାରୀ ଏବଂ ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ଶେଷ ହେବା ପରେ ଆଇଏମ୍ ଏସ ଆଣ୍ଡ ସମ୍ ହସ୍ପିଟାଲ ଫାର୍ମାସୀ କର୍ମଚାରୀ ଓ ଛାତ୍ରାଛାତ୍ରୀଙ୍କ ସହ କିଛି ସମୟ ବିତାଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ସେମାନଙ୍କ ସହ ସ୍ୱାସ୍ଥ୍ୟସେବା ସମ୍ପର୍କିତ ଆଲୋଚନା କରିବାବେଳେ ଫାର୍ମାସୀ ଟେଷ୍ଟିଙ୍ଗ ବିଷୟରେ ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ। ଏହି ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟାରୀ ସେଣ୍ଟର ସେମାନଙ୍କୁ ଅନେକ ସାହାଯ୍ୟ କରିବ ବୋଲି ମଧ୍ଯ କହିବା ସହ ସମ୍ ଫାର୍ମାସୀ କର୍ମଚାରୀ ଓ ଛାତ୍ରାଛାତ୍ରୀଙ୍କ ସହ ବେଶ୍ ଆନନ୍ଦିତ ଭାବେ ଫଟୋ ଉଠାଇଥିଲେ ମୁଖ୍ଯମନ୍ତ୍ରୀ ଶ୍ରୀ ମାଝୀ।

Leave A Reply

Your email address will not be published.