ପ୍ରମୁଖ ଖବର

ଆଇଏଏସ୍‌ ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ନିର୍ଦ୍ଦେଶକ
ଆଖି ବୁଜିଲା ନନ୍ଦନକାନନର ଧଳା ବାଘ ଶାବକ
ଜି-୭ ସମ୍ମିଳନୀରେ ସାମିଲ ନହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ
ଗନ୍ଧମାର୍ଦ୍ଦନ ପାହାଡ଼ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଠାବ
ରାଜ୍ୟରେ ଖୁବଶୀଘ୍ର ନୂଆ ମଦ ନୀତି ଆସିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି
ବୌଦ୍ଧରୁ ୨ଟି ହାତୀଦାନ୍ତ ଜବତ, ଅଭିଯୁକ୍ତ ଶିକାରୀ ଗିରଫ

୧୦ରୁ ୧୫ ଦିନ ମଧ୍ୟରେ ଶେଷ ହେବ ଇ-କେଓ୍ବାଇସି

0

ଭୁବନେଶ୍ବର:ଇ-କେଓ୍ବାଇସି କୁ ନେଇ ବଡ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଆଉ ୧୦ରୁ ୧୫ ଦିନ ମଧ୍ୟରେ ଶେଷ ହେବ ଇ-କେଓ୍ବାଇସି। ଇ-କେଓ୍ବାଇସି ପରେ ନୂଆ ହିତାଧିକାରୀଙ୍କୁ ମିଳିବ କାର୍ଡ ବୋଲି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର।

କିଛି ମାସ ପୂର୍ବରୁ, ରାଶନ କାର୍ଡଧାରୀଙ୍କ ପାଇଁ ଇ-କେଓ୍ବାଇସି କରିବା ପାଇଁ ସରକାର ନିର୍ଦ୍ଦେଶନାମା ଜାରି କରିଥିଲେ। ଯେଉଁଥିରେ ସମସ୍ତ ରାଶନ କାର୍ଡଧାରୀଙ୍କ ପାଇଁ ଇ-କେଓ୍ବାଇସି କରିବା ବାଧ୍ୟତାମୂଳକ କରାଯାଇଥିଲା। ମନ୍ତ୍ରୀ କହିଛନ୍ତି ଯେ, ଅଯୋଗ୍ୟଙ୍କୁ ଚିହ୍ନଟ ପାଇଁ ଚାଲିଛି ଇ-କେଓ୍ବାଇସି ପ୍ରକ୍ରିୟା। ରାଶନକାର୍ଡରୁ ବାଂଲାଦେଶୀ ଓ ରୋହିଙ୍ଗ୍ୟା ବାଦ୍‌ ପଡ଼ିବେ।
ଯଦି ଆପଣ ଏ ପର୍ଯ୍ୟନ୍ତ ଆପଣଙ୍କର ଇ-କେଓ୍ବାଇସି କରିନାହାଁନ୍ତି। ତେବେ ଆପଣ ନିଜ ଅଞ୍ଚଳର ଯେକୌଣସି ନିକଟତମ ସରକାରୀ ରାଶନ ବଣ୍ଟନ ଦୋକାନକୁ ଯାଇ ପିଓଏସ୍ ମେସିନ୍ ମାଧ୍ୟମରେ ଇ-କେଓ୍ବାଇସି କରିପାରିବେ।

Leave A Reply

Your email address will not be published.