ପ୍ରମୁଖ ଖବର

ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍‌ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି

୨ ଓଡିଆ ଶ୍ରମିକଙ୍କ ମୃତ୍ୟୁରେ ୬ଲକ୍ଷ ସହାୟତା ରାଶି ଘୋଷଣା

0

ପାଟଣା: ଗତ ୨୮ ତାରିଖରେ ବିହାରର ପାଟଣାଠାରେ ନିର୍ମାଣଧୀନ ମେଟ୍ରୋ ରେଳ ପ୍ରକଳ୍ପରେ ଦୁର୍ଘଟଣା ଘଟି ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ସହିତ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀ ଦୁଇ ମୃତ ଶ୍ରମିକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୬ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ନୟାଗଡ ଜିଲ୍ଲା ଗଣିଆ ବ୍ଲକ ରାସଙ୍ଗ ପଞ୍ଚାୟତ ଗୋଛାବାଡି ଗାଁର ମନୋଜ ବେହେରା ଏବଂ କାଦୁଆ ଗାଁର ବିଜୟ ବେହେରାଙ୍କର ମେଟ୍ରୋ ରେଳ ପ୍ରକଳ୍ପ କାମ ଚାଲିଥିବାବେଳେ ଦୁର୍ଘଟଣା ଘଟି ମୃତ୍ୟୁ ଘଟିଛି ।

Leave A Reply

Your email address will not be published.