ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ନଭେମ୍ବର ୨୧ରୁ ଧାନ କିଣା ଆରମ୍ଭ : ରାଜସ୍ୱ ମନ୍ତ୍ରୀ

0

ଭୁବନେଶ୍ବର: ଚଳିତ ଖରିଫ୍‌ ଋତୁରେ ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ହୋଇଛି ନିଷ୍ପତ୍ତି। ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ। ବୈଠକରେ ପରେ ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।

ସୂଚନା ଅନୁସାରେ ବରଗଡ଼ ଜିଲାରୁ ଧାନ କିଣା ଆରମ୍ଭ ନେଇ ନିଷ୍ପତ୍ତି ହୋଇଛି। ଚଳିତ ବର୍ଷ ଚାଷୀଙ୍କଠାରୁ କ୍ୱିଣ୍ଟାଲ ପ୍ରତି ୩୧୦୦ ଟଙ୍କାରେ ଧାନ କିଣିବେ ସରକାର। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ୨୩୦୦ ଟଙ୍କା ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଇନପୁଟ ସହାୟତା ୮୦୦ ଟଙ୍କା ମିଶାଇ ମୋଟ ୩୧୦୦ ଟଙ୍କାରେ ଧାନ ବିକ୍ରି କରିବେ ଚାଷୀ। ୪-୫ଟି ମଣ୍ଡିକୁ ନେଇ ଜଣେ ସୁପରଭାଇଜର ରହିବେ ବୋଲି ସୂଚନା ମିଳିଛି।

ତେବେ ଧାନ କ୍ରୟ ପ୍ରକ୍ରିୟାକୁ ସୁବ୍ୟବସ୍ଥିତ କରିବା ପାଇଁ ପ୍ରକ୍ରିୟା ଶେଷ ହେବାଯାଏଁ ମଣ୍ଡିରେ ରହିବେ ବିଭାଗୀୟ ଅଧିକାରୀ। ମଣ୍ଡିରୁ ରାଇସ ମିଲ ଯାଏ ଧାନ ଗାଡ଼ିର ଗତିବିଧି ନଜରରେ ରହିବ। ସବୁ ମଣ୍ଡିରେ ଧାନର ମାନ ଯାଞ୍ଚ କରିବା ପାଇଁ କ୍ୱାଲିଟି ଟେଷ୍ଟିଂ ମେସିନ ରହିବ। ମଣ୍ଡିରୁ ମିଲ୍ ପର୍ଯ୍ୟନ୍ତ ଧାନ ପରିବହନ ବ୍ୟବସ୍ଥାର ତଦାରଖ କରିବ ପରିବହନ ବିଭାଗ।

Leave A Reply

Your email address will not be published.