ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ରାସନ କାର୍ଡ ହିତାଧିକାରୀଙ୍କୁମ ମିଳିବ ୩ ମାସର ଆଗୁଆ ଚାଉଳ

0

ଭୁବନେଶ୍ବର: ରାସନ କାର୍ଡ ହିତାଧିକାରୀଙ୍କୁ ୩ ମାସର ଆଗୁଆ ଚାଉଳ ଦେବାକୁ ନିର୍ଦ୍ଦେଶ। ମଙ୍ଗଳବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରତ୍ୟେକ ହିତାଧିକାରୀ ଅକ୍ଟୋବରରୁ ଡିସେମ୍ବର ତିନି ମାସ ପାଇଁ ୧୫ କିଲୋ ଲେଖାଏ ଚାଉଳ ପାଇବେ।

ସୂଚନା ଯୋଗ୍ୟ ଯେ ଏହି ପ୍ରକ୍ରିୟା ଅକ୍ଟୋବର ପହିଲା ଠାରୁ ଆରମ୍ଭ ହୋଇଥିଲେ ମଧ୍ୟ ୪୦ ଲକ୍ଷ ପରିବାର ଏ ପର୍ଯ୍ୟନ୍ତ ଚାଉଳ ପାଇ ନାହାନ୍ତି। ତେଣୁ ଏହି ପରିବାରଗୁଡ଼ିକୁ ତୁରନ୍ତ ଚାଉଳ ବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକର ସୂଚନା ଅନୁଯାୟୀ, ରାଜ୍ୟ ସରକାର ଇ-ଶ୍ରମିକ ଭାବରେ ପଞ୍ଜୀକରଣ କରିଥିବା ସବୁ ଶ୍ରମିକମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ଇ-ଶ୍ରମିକରେ ପଞ୍ଜୀକୃତ ହୋଇଥିବା ୧କୋଟି ୩୦ଲକ୍ଷ ଶ୍ରମିକଙ୍କ ମଧ୍ୟରୁ ପ୍ରାୟ ସମସ୍ତେ ସାମିଲ ହୋଇଥିବା ବେଳେ ଆଉ ୧ଲକ୍ଷ ୩୧ ହଜାର ଶ୍ରମିକ ବାକି ରହିଛନ୍ତି। ସେମାନଙ୍କୁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରେ ୱାନ ନେସନ୍ ୱାନ ରେସନ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଅନ୍ୟ ରାଜ୍ୟରେ ରହୁଥିବା ପ୍ରବାସୀ ଓଡିଆ ମାନଙ୍କର ଇ-କେୱାଇସି ବ୍ୟବସ୍ଥାକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଆୟୋଜିତ ବୈଠକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.