ପ୍ରମୁଖ ଖବର

ଦକ୍ଷିଣ ଆଣ୍ଡମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ।
ଚଳିତ ମାସ ଶେଷ ସୁଦ୍ଧା ଯୋଡି ହେବ ଆଉ ୧୦୦ଟି ନୂଆ ୧୦୮ ଆମ୍ବୁଲାନ୍ସ
ମହାପ୍ରଭୁଙ୍କ ଅଧୀନକୁ ଆସିବ ଏମାର ମଠର ରୁପା ଇଟା
କୁହୁଡି ଯୋଗୁ ୩ ମାସ ପାଇଁ ବାତିଲ ହେଲା ୨୪ ଟ୍ରେନ
ଟ୍ରକକୁ ଧକ୍କା ଦେଲା ଆମ୍ବୁଲାନ୍ସ, ଜଣେ ମୃତ ଓ ୫ଗୁରୁତର

ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଭୟାବହ ଅଗ୍ନିକାଣ୍ଡ

0

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲା ସାରୁଅସ୍ଥିତ ଓଡ଼ିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଗତକାଲି ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଆସବାବପତ୍ର ପୋଡ଼ି ଯାଇଥିବା ବେଳେ ଜୀବନହାନୀ ହୋଇ ନ ଥିବା ଜଣାଯାଇଛି।

ଗତକାଲି ଷ୍ଟୁଡିଓରେ ସୁଟିଂ ଥିଲା। ସୁଟିଂ ସରିବା ପରେ ରାତିରେ ସମସ୍ତେ ସେଠାରୁ ଚାଲି ଯାଇଥିବା ବେଳେ ଷ୍ଟୁଡିଓ ଗେଟ୍‌ରେ ତାଲା ପଡ଼ିଥିଲା। ମାତ୍ର ବିଳମ୍ବିତ ରାତିରେ ଏହି ନିଆଁ ଲାଗିଥିବା ଅନୁମାନ କରାଯାଉଛି।

ଆଜି ଭୋରରୁ ସ୍ଥାନୀୟ ଲୋକେ ନିଆଁ ଦେଖି ତୁରନ୍ତ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର ୪ଟି ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ବହୁ ସମୟ ପରିଶ୍ରମ କରିବା ପରେ ସେମାନେ ନିଆଁକୁ ଆୟତ୍ତ କରିଥିବା ଜଣାଯାଇଛି।

Leave A Reply

Your email address will not be published.