ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

୫୫ ଗୋଟି ହସ୍ତଶିଳ୍ପକୁ ମିଳିଲା ବିଭାଗୀୟ ଅନୁମୋଦନ

0

ସଂଶୋଧିତ ଅନୁମୋଦିତ ହସ୍ତଶିଳ୍ପ ତାଲିକା ପ୍ରକାଶିତ
ପୂର୍ବରୁ ଥିଲା ୫୧, ଏବେ ୫୫ ହସ୍ତଶିଳ୍ପକୁ ମିଳିଲା ଅନୁମୋଦନ

ଭୁବନେଶ୍ଵର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ୫୫ ଗୋଟି ହସ୍ତଶିଳ୍ପକୁ ବିଭାଗୀୟ ଅନୁମୋଦନ ମିଳିଛି। ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦିପ ବଳ ସାମନ୍ତ ଏହାକୁ ଅନୁମୋଦନ କରିଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ଏହି ୫୫ ଗୋଟି ହସ୍ତଶିଳ୍ପର ଅନୁମୋଦନ ପାଇଁ ସୁପାରିଶ କରିଥିବା ବେଳେ ହସ୍ତଶିଳ୍ପ ନିର୍ଦ୍ଦେଶିକା ଶ୍ରୀମତୀ ପ୍ରଣତି ଛୋଟରାୟ ଏହାର ପ୍ରସ୍ତାବ ରଖିଥିଲେ।

ସୂଚନାଯୋଗ୍ୟ, ପୂର୍ବରୁ ୫୧ ଗୋଟି ହସ୍ତଶିଳ୍ପକୁ ଅନୁମୋଦନ ମିଳିଥିଲା। ଏବେ ଏହି ତାଲିକାକୁ ସଂଶୋଧନ କରାଯାଇ ନୂତନ ଭାବେ ୫୫ ଗୋଟି ହସ୍ତଶିଳ୍ପକୁ ରାଜ୍ୟ ସରକାରଙ୍କ ମାନ୍ୟତପ୍ରାପ୍ତ ହସ୍ତଶିଳ୍ପ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନରେ ଅନୁମୋଦିତ ହସ୍ତଶିଳ୍ପ ମଧ୍ୟରେ ରହିଛି ଚାନ୍ଦୁଆ, କାରୁକାର୍ଯ୍ୟପୂର୍ଣ୍ଣ ଚମଡ଼ା କାମ, କାରୁକାର୍ଯ୍ୟପୂର୍ଣ୍ଣ ସପ, କାରୁକାର୍ଯ୍ୟପୂର୍ଣ୍ଣ କାଠ କାମ, ବାଉଁଶ କାମ, ବାଟିକ୍ ଛାପା କାମ, ଗୁଆ କାମ, କଂସା ଓ ପିତ୍ତଳ କାମ, ବେତ କାମ, ମାଟି କଣ୍ଢେଇ, କପଡ଼ା ଫୁଲ, କପଡ଼ା ତାଳିପକା କାମ, କପଡ଼ା କଣ୍ଢେଇ, ନଡ଼ିଆ ସଢ଼େଇ କାମ, କତା ହସ୍ତଶିଳ୍ପ, ଢୋକ୍ରା କାମ, ସୂଚୀ କାମ, କାଇଁଚ କାମ, ଗୋପା କାମ, ଦରି ଓ ସତରଞ୍ଜି କାମ, ହସ୍ତ ନିର୍ମିତ ଅଳଙ୍କାର, ଶିଙ୍ଗ କାମ, ଜୟଖାଡ଼ି କାମ, ଝୋଟ ନିର୍ମିତ ହସ୍ତଶିଳ୍ପ, କିଆ ପତ୍ରରୁ ପ୍ରସ୍ତୁତ ହସ୍ତଶିଳ୍ପ, ଲାଖ କାମ, ପ୍ରାକୃତିକ ତନ୍ତୁ ନିର୍ମିତ ହସ୍ତଶିଳ୍ପ (ନାଳିଆ ଘାସ, ସିସଲ ଘାସ, ହେଂସୁଆତି), ଧାନରୁ ତିଆରି ହସ୍ତଶିଳ୍ପ, ଡଙ୍ଗରିଆ କନ୍ଧ ଚିତ୍ରକଳା, ଗଣ୍ଡ ଚିତ୍ରକଳା, ଜୁଆଙ୍ଗ ଚିତ୍ରକଳା, କୋହ୍ଲ ଚିତ୍ରକଳା, କୁଟିଆ କନ୍ଧ ଚିତ୍ରକଳା, ଲାଞ୍ଜିଆ ସଉରା ଚିତ୍ରକଳା, ଓରାଓଁ ଚିତ୍ରକଳା, ସାନ୍ତାଳ ଚିତ୍ରକଳା, ସଉରା ଚିତ୍ରକଳା, ତାଳପତ୍ର ତିଆରି ସାଜସଜ୍ଜା ଜିନିଷ, ତାଳପତ୍ର ଖୋଦେଇ, କାଗଜ ମୁଖା, ପଟ୍ଟଚିତ୍ର, ଗଛମୂଳରୁ ତିଆରି ହସ୍ତଶିଳ୍ପ, ସବାଇ ଘାସ କାମ, ଶଙ୍ଖ ଶାମୁକା କାମ, ରୂପା ତାରକସି କାମ, ସୋଲ କାମ, ପଥର ଖୋଦେଇ, ଛଣରୁ ତିଆରି ହସ୍ତଶିଳ୍ପ, ଟେରାକୋଟା ଏବଂ ମାଟିପାତ୍ର କାମ, ଯାତ୍ରା ପୋଷାକ, ଆଦିବାସୀ ଅଳଙ୍କାର, ତୁମ୍ବା କାମ, କାଠ ଖୋଦେଇ, ଚିତ୍ରିତ କାଠ କଣ୍ଢେଇ ଏବଂ ଲୌହ ଧାତୁ ନିର୍ମିତ ହସ୍ତଶିଳ୍ପ ।

ସୂଚନାଯୋଗ୍ୟ, ରାଜ୍ୟ ସରକାର ଏହି ଅନୁମୋଦିତ ହସ୍ତଶିଳ୍ପ ଗୁଡ଼ିକର ବିକାଶ ପାଇଁ ବିଶେଷ ଧ୍ୟାନ ଦେବା ସହ ଏଥିରେ କାର୍ଯ୍ୟରତ କାରିଗରମାନଙ୍କୁ ନିୟମାନୁଯାୟୀ ଆବଶ୍ୟକୀୟ ସହାୟତା ଯୋଗାଇ ଦେବେ ।

Leave A Reply

Your email address will not be published.