ପ୍ରମୁଖ ଖବର

ଭାରତ ପାଇଁ ସ୍ୱର୍ଣ୍ଣ ଜିତିଲେ ଛତ୍ରପୁରର ପାରା ଫେନ୍ସର ଭି. ରମେଶ ରାଓ
ମୌସୁମୀ ଅଧିବେଶନରେ ୧୨ ବିଲ୍ ପାରିତ, ଉତ୍ପାଦକତା କମ୍
ମୋଦୀଙ୍କ ବିଦେଶନୀତିକୁ ମୋରିସନଙ୍କ ପ୍ରଶଂସା
ସଂସଦରେ ଓଲଟା ଚିତ୍ର: ଆଲୋଚନା ଚାହୁଁଛି ସରକାର
ପ୍ୟାକେଟ୍ ଖାଦ୍ୟରେ ଚେତାବନୀ ଲେବଲ୍ ନେଇ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ତାଗିଦ
ଡିଜିପି ନିଯୁକ୍ତିକୁ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ ପର୍ଯ୍ୟନ୍ତ ଚୟନ ନକରିବାକୁ ନିର୍ଦ୍ଦେଶ
କ୍ଷୀର ଦର ବୃଦ୍ଧି ପରେ ମହଙ୍ଗା ହେଲା ଛେନା-ପନିର

ଗଛରେ ପିଟି ହୋଇ ଓଲଟିଲା ବସ୍‌, ଜଣେ ମୃତ ୩୦ ଆହତ

0

ନୟାଗଡ଼: ଗଛକୁ ପିଟି ହୋଇ ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌। ନୟାଗଡ଼ ଜିଲା ନୂଆଗାଁ ଥାନା ସୋରଡା ଛକରେ ଶୁକ୍ରବାର ଏକ ଘରୋଇ ଯାତ୍ରୀବାହୀ ବସ୍‌ ଗଛକୁ ପିଟି ରାସ୍ତାରେ ଓଲଟି ପଡ଼ିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ଗୁରୁତର ଥିବା ସୂଚନା ମିଳିଛି। ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଆଜି ସକାଳେ ୪୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବସ୍‌ଟି ଫୁଲବାଣୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିଲା। ସୋରଡା ଛକରେ ବସଟି ଭାରସାମ୍ୟ ଗଛରେ ପିଟି ହୋଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ସମସ୍ତ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରି ଦଶପଲ୍ଲା ଓ ନୂଆଁ ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ମୃତ ବ୍ୟକ୍ତି ଜଣଙ୍କ ବସ୍‌ ଡ୍ରାଇଭର ବୋଲି ଜଣାଯାଇଛି।

ନୂଆଗାଁ ପୁଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। କିଛି ଲୋକ ଗାଡ଼ି ଭିତରେ ଚାପି ହୋଇ ରହିଥିବା ଅଶାଙ୍କା କରାଯାଉଛି। ଦୁର୍ଘଟଣା ପରେ ସେହି ରାସ୍ତା ଗାଡ଼ିଚଳାଚଳ ପ୍ରଭାବିତ ହୋଇଛି। ଉଭୟ ପାର୍ଶ୍ୱରେ ଗାଡ଼ିମଟର ଚଳାଚଳ ପ୍ରଭାବିତ ହୋଇଛି।

Leave A Reply

Your email address will not be published.