ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଜମି ଓ ଘର କିଣିବା ପାଇଁ ଶିକ୍ଷକଙ୍କୁ ସରକାର ଦେବେ ଟଙ୍କା

0

ଭୁବନେଶ୍ବର; ସରକାରୀ ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଏଣିକି ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ଆଗୁଆ ଟଙ୍କା ମିଳିବ। ଘର ଭଡା ଖର୍ଚ୍ଚ(ଏଚଆରଏ)ରେ ପାଉଥିବା ଟଙ୍କା ସହିତ ଏଣିକି ନୂଆ ଜମି ଓ ଘର କିଣିବା ପାଇଁ ମଧ୍ୟ ହାଇସ୍କୁଲ ଶିକ୍ଷକ ଓ ଅନ୍ୟ କର୍ମଚାରୀଙ୍କୁ ଅଗ୍ରୀମ ଟଙ୍କା ମିଳିବ। ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଡିଇଓଙ୍କୁ ଚିଠି ମାଧ୍ୟମରେ ଜଣାଇ ଦିଆଯାଇଛି।

ହାଇସ୍କୁଲ ଶିକ୍ଷକ ଏବଂ କର୍ମଚାରୀଙ୍କୁ ନୂଆ ଜମି ଓ ଘର କିଣିବା ପାଇଁ ସରକାର ଅଗ୍ରୀମ ଟଙ୍କା ଦେବାରେ ବ୍ୟବସ୍ଥା କରୁଛନ୍ତି। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସବୁ ଡିଇଓଙ୍କୁ ଚିଠି ଯାଇଥିବା ବେଳେ ଏସବୁ ପାଇଁ ଆବେଦନକାରୀଙ୍କୁ ସମସ୍ତ ତଥ୍ୟ ପ୍ରଦାନ ପାଇଁ କୁହାଯାଇଛି। ଯେଉଁ ଶିକ୍ଷକ କିମ୍ବା ଅନ୍ୟ କର୍ମଚାରୀ ନୂଆ ଜମି କିଣିବା ପାଇଁ ଆବେଦନ କରିଛନ୍ତି ସେମାନେ ତାହାର ସମସ୍ତ ତଥ୍ୟ ଶିକ୍ଷା ପରିଷଦକୁ ପୈଠ କରିବେ। ଜମିର ମୂଲ୍ୟ ଏବଂ ବିକ୍ରେତାଙ୍କ ଏଗ୍ରିମେଣ୍ଟକୁ ମଧ୍ୟ ଦାଖଲ କରିବେ ଆବେଦନକାରୀ।

Leave A Reply

Your email address will not be published.