ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ରେଲୱେ ଷ୍ଟେସନ ପରିସରରେ ଭୟଙ୍କର ବିସ୍ଫୋରଣ

0

ପାକିସ୍ତାନ: ବେଲୁଚିସ୍ତାନରେ ଥିବା କ୍ୱେଟା ରେଲୱେ ଷ୍ଟେସନ ପରିସରରେ ଘଟିଛି ଭୟଙ୍କର ବିସ୍ଫୋରଣ। ଏହି ବିସ୍ଫୋରଣରେ ପ୍ରାୟ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତାହତଙ୍କ ସଂଖ୍ୟା ବଢ଼ିବା ନେଇ ଆଶଙ୍କା ପ୍ରକାଶ ପାଇଛି।

ପାକିସ୍ତାନର ଏକ ଗଣମାଧ୍ୟମରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ବିସ୍ଫୋରଣ ରେଲୱେ ଷ୍ଟେସନର ବୁକିଂ କାର୍ଯ୍ୟାଳୟ ନିକଟରେ ଘଟିଛି। ପେସୱାର ଅଭିମୁଖେ ଯିବାକୁ ଥିବା ଏକ ପାସେଞ୍ଜର ଟ୍ରେନ୍‌ଟି ପ୍ଲାଟଫର୍ମରେ ପହଞ୍ଚିବା ପୂର୍ବରୁ ଏହି ବିସ୍ଫୋରଣ ଘଟିଛି। ସେହି ସମୟରେ ଷ୍ଟେସନରେ ପ୍ରବଳ ଭିଡ ଥିଲା। ତେଣୁ ମୃତାହତଙ୍କ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି।

ଖବର ପାଇ ତୁରନ୍ତ ପୁଲିସ୍‌ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନିତ କରିଛନ୍ତି। ଏଥିସହ ବମ୍‌ ନିଷ୍ଟ୍ରିୟ ଟିମ୍‌ ଷ୍ଟେସନରେ ପହଞ୍ଚି ବିଭିନ୍ନ ସ୍ଥାନରେ ଯାଞ୍ଚ କରୁଛନ୍ତି। କ୍ୱେଟାସ୍ଥିତ ସିଭିଲ ହସ୍ପିଟାଲରେ ଗୁରୁତରଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ସମସ୍ତ ଡାକ୍ତର ଓ କର୍ମଚାରୀଙ୍କ ଛୁଟିକୁ ବାତିଲ କରି ଦିଆଯାଇଛି।

Leave A Reply

Your email address will not be published.