ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

କ୍ୟୁଏସ୍ ଏସିଆ, ଦକ୍ଷିଣ ଏସିଆ ୟୁନିଭର୍ସିଟି ରାଙ୍କିଙ୍ଗସ୍‌-୨୦୨୫ରେ ସମ୍ମାନଜନକ ସ୍ଥାନରେ ସୋଆ

0

ଭୁବନେଶ୍ୱର , ୯/୧୧: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗସ୍‌-୨୦୨୫ (ଅଂଚଳ ଭିତିକ) ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଦକ୍ଷିଣ ଏସିଆ ଏବଂ ଏସିଆ ୟୁନିଭର୍ସିଟି ର‌୍ୟାଙ୍କିଂରେ ମହତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛି ।

ଦକ୍ଷିଣ ଏସିଆ ନିମନ୍ତେ ଏସିଆ ୟୁନିଭର୍ସିଟି ର‌୍ୟାଙ୍କିଂରେ ସୋଆ ୨୦୨୪ରେ ୧୪୩ ତମ ସ୍ଥାନ ହାସଲ କରିଥିବା ବେଳେ ୨୦୨୫ରେ ୬୪ ତମ ସ୍ଥାନରେ ପହଂଚିଛି । ସେହିପରି ଏସିଆ ୟୁନିଭର୍ସିଟି ର‌୍ୟାଙ୍କିରେ ୨୦୨୪ରେ ସୋଆ ୫୦୧-୫୫୦ ବ୍ରାକେଟରେ ଥିବାବେଳେ ୨୦୨୫ରେ ଏଥିରେ ଉନ୍ନତି ହୋଇ ୨୭୮ ସ୍ଥାନରେ ପହଂଚିଛି ସୋଆ । କ୍ୟୁଏସ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଂରେ ୨୦୨୪ରେ ସୋଆ ୧୨୦୧-୧୪୦୦ ବ୍ରାକେଟରେ ଥିବାବେଳେ ନିକଟରେ ପ୍ରକାଶ ପାଇଥିବା ତାଲିକାରେ ଏହି ସ୍ଥିତିକୁ ବଜାୟ ରଖିଛି ।

ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ର‌୍ୟାଙ୍କିଂ ଫ୍ରେମ୍‌ୱାର୍କ (ଏନଆଇଆରଏଫ) ର‌୍ୟାଙ୍କିଂ ୨୦୨୪ ରେ ସୋଆ ଦେଶରେ ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ର‌୍ୟାଙ୍କ ପାଇଥିଲା। ୨୦୧୬ ରୁ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆରମ୍ଭ ହୋଇଥିବା ଏନଆଇଆରଏଫ ର‌୍ୟାଙ୍କିଂରେ ପ୍ରତିଥର ଦେଶର ଶ୍ରେଷ୍ଠ ୨୫ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜକୁ ସ୍ଥାନୀତ କରିପାରିଛି ସୋଆ ।

Leave A Reply

Your email address will not be published.