ପ୍ରମୁଖ ଖବର

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍
ଆତ୍ମସମର୍ପଣ କଲେ ୩୧ ମାଓବାଦୀ
ବାଲେଶ୍ୱର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର
କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଏକ କାର୍ ଭିତରୁ ୧୩୦ କିଲୋ ଗଞ୍ଜେଇ ଜବତ
ପଞ୍ଜାବର ଜଳନ୍ଧରରେ ଭାଜପା ନେତା ମନୋରଞ୍ଜନ କାଳିଆଙ୍କ ଘର ବାହାରେ ଏକ ବିସ୍ଫୋରଣ

ଖଣ୍ଡଗିରି ଓଭରବ୍ରିଜରେ ସିଏନଜି ଟ୍ୟାଙ୍କରରୁ ଗ୍ୟାସ୍ ଲିକ୍

0

ଭୁବନେଶ୍ୱର: ଭୁବନେଶ୍ୱର ଖଣ୍ଡଗିରି ଓଭରବ୍ରିଜରେ ସିଏନଜି ଟ୍ୟାଙ୍କରରୁ ଗ୍ୟାସ ଲିକ ହୋଇଛି। ବରମୁଣ୍ଡାରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବାବେଳେ ଏକ ସିଏନଜି ଟ୍ୟାଙ୍କରର ଗ୍ୟାସ ଲିକ ହୋଇଥିବା ଜଣାପଡ଼ିଛି। ଗ୍ୟାସ ଟ୍ୟାଙ୍କର ଭାଲଭ ଖୋଲିଯିବାରୁ ଗ୍ୟାସ୍ ଲିକ୍ ହୋଇଥିବା ସୂଚନା ମିଳିଛି।

ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଖଣ୍ଡଗିରି ଫ୍ଲାଏଓଭଭରର ଉଭୟ ପାର୍ଶ୍ବରେ ଗାଡ଼ି ଚଳାଚଳ ବନ୍ଦ କରାଯାଇଛି। ଟ୍ୟାଙ୍କରରୁ ଗ୍ୟାସ ଲିକ ହେବା ଜଣାପଡ଼ିବା ପରେ ଲୋକେ ଭୟଭୀତ ହୋଇପଡ଼ିଥିଲେ। କୌଣସି ପଟରୁ ଗାଡ଼ିଚଳାଚଳ ଯିବା ପାଇଁ ପୁଲିସ ପକ୍ଷରୁ ଅନୁମତି ଦିଆଯାଉନାହିଁ। ଖବର ପାଇ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଟ୍ୟାଙ୍କର ଉପରକୁ ପାଣି ମାଡ଼ କରି ଗ୍ୟାସ ଲିକକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛି। ମେଣ୍ଟେନାନ୍ସ ଟିମ ପହଞ୍ଚି ଯାଞ୍ଚ ସହ ଗ୍ୟାସ ଲିକକୁ ତୁରନ୍ତ ବନ୍ଦ କରାଯିବା ନେଇ ଉଦ୍ୟମ ଜାରି ରଖିଛନ୍ତି। ଅଗ୍ନିକାଣ୍ଡ ଜନିତ ଅଘଟଣକୁ ଏଡ଼ାଇବା ପାଇଁ ପୁଲିସ ଓ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଛି।

Leave A Reply

Your email address will not be published.