ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା

0

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା। ରାଷ୍ଟ୍ରପତି ଭବନରେ ଆୟୋଜିତ ଉତ୍ସବରେ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇଛନ୍ତି।

ବିଦାୟୀ ସିଜେଆଇ ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ରବିବାର ଅବସର ଗ୍ରହଣ କରିଥିବାବେଳେ ଜଷ୍ଟିସ୍‌ ଖାନ୍ନା ତାଙ୍କ ସ୍ଥାନ ନେଇଛନ୍ତି। ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡଙ୍କ ସୁପାରିସକ୍ରମେ ଜଷ୍ଟିସ ଖାନ୍ନାଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଅକ୍ଟୋବର ୨୪ରେ ନିଯୁକ୍ତି ଦିଆଯାଇଥିଲା। ସେ ଏହି ପଦବୀରେ ୨୦୨୫ ମେ’ ୧୩ ପର୍ଯ୍ୟନ୍ତ ରହିବେ। ଅକ୍ଟୋବର ୧୬ରେ ସିଜେଆଇ ଚନ୍ଦ୍ରଚୂଡ଼ ପରବର୍ତ୍ତୀ ସିଜେଆଇ ଭାବେ ଜଷ୍ଟିସ୍‌ ଖାନ୍‌ଙ୍କ ନାମ ସୁପାରିସ କରିବା ପରେ ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ସରକାର ୨୪ରେ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ କରିଥିଲେ।

ଗତ ଶୁକ୍ରବାର ଜଷ୍ଟିସ୍‌ ଚନ୍ଦ୍ରଚୂଡ଼ଙ୍କର ସର୍ବୋଚ୍ଚ ଅଦାଲତରେ ଶେଷଦିନ ଥିଲା। ତାଙ୍କୁ ଅନ୍ୟ ବିଚାରପତି, ଆଇନଜୀବୀ ଏବଂ ସୁପ୍ରିମକୋର୍ଟ ତଥା ହାଇକୋର୍ଟର କର୍ମଚାରୀମାନେ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ଦେଇଥିଲେ। ୨୦୧୯ ଜାନୁଆରୀରୁ ଜଷ୍ଟିସ୍‌ ଖାନ୍ନା ସୁପ୍ରିମକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଆସୁଥିବାବେଳେ ଇଭିଏମ୍‌ଗୁଡ଼ିକର ପବିତ୍ରତାକୁ କାଏମ ରଖିବା ସହ ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନାକୁ ରଦ୍ଦ କରିବା, ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ କାଏମ ରଖିବା ଏବଂ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିବା ଭଳି ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଥିଲେ।

Leave A Reply

Your email address will not be published.