ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ରାଜ୍ୟରେ ଖୁବ୍‌ଶୀଘ୍ର ୪ଟି ମହିଳା କୋର୍ଟ

0

ଭୁବନେଶ୍ବର: ରାଜ୍ୟରେ ବଢୁଥିବା ନାରୀ ନିର୍ଯାତନା ଏବଂ ନାରୀଙ୍କ ପ୍ରତି ଅନ୍ୟାୟ ଉପରେ ରୋକ ଲଗାଇବା ସହ ସଠିକ୍ ନ୍ୟାୟ ପ୍ରଦାନ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ମହିଳାମାନଙ୍କୁ ତୁରନ୍ତ ନ୍ୟାୟ ପ୍ରଦାନ ନେଇ ରାଜ୍ୟରେ ଖୁବ୍‌ଶୀଘ୍ର ୪ଟି ମହିଳା କୋର୍ଟ ସ୍ଥାପନ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।

ଆଇନ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏହି ୪ଟି କୋର୍ଟ ପ୍ରତିଷ୍ଠା ହେବ। ରାଜ୍ୟରେ ୪ଟି ମହିଳା କୋର୍ଟ ପ୍ରତିଷ୍ଠା ସମ୍ବନ୍ଧୀୟ ପ୍ରସ୍ତାବ ଖୁବ୍‌ଶୀଘ୍ର ଓଡ଼ିଶା ହାଇକୋର୍ଟକୁ ପଠାଯିବ। ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି ପୃଥ୍ବୀରାଜ କହିଛନ୍ତି, ଏଥିରେ ମହିଳା ବିଚାରପତି ଏବଂ ସରକାରୀ ଓକିଲ ରହିବେ। ଏହି ୪ଟି କୋର୍ଟ କେବଳ ମହିଳାଙ୍କ ବିରୋଧରେ ହେଉଥିବା ଅପରାଧର ବିଚାର କରିବେ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.