ପ୍ରମୁଖ ଖବର

ପଦ୍ମପୁରର ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ପରଲୋକ
ରକ୍ଷାବନ୍ଧନରେ ମହିଳାଙ୍କୁ ମାଗଣା ଆମ ବସ୍‌ ଯାତ୍ରା
ଏବେ ୩୫ ଟଙ୍କାରେ ମିଳିବ ପିଆଜ, ମହଙ୍ଗା ଦରକୁ ରୋକିବ କେନ୍ଦ୍ର
ନେପାଳରେ ହଠାତ୍ ବନ୍ୟା: ୭ ମୃତ, ୩୮୪ ନିଖୋଜ

ବଦଳିଲା ନର୍ସଙ୍କ ଡ୍ରେସ୍

0

ଭୁବନେଶ୍ବର: ଏବେ ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ। ଆଉ ସେଥିରେ ରହିବ ସମ୍ବଲପୁରୀ ଛିଟ। ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନର୍ସଙ୍କ ଡ୍ରେସ୍‌ କୋଡ୍‌ରେ ପରିବର୍ତ୍ତନ ହୋଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।
ତେବେ ସିନିୟର୍‌ ନର୍ସିଂ ଅଫିସରଙ୍କ ପାଇଁ ଈଷତ୍‌ ବାଇଗଣୀ ରଙ୍ଗର ଡ୍ରେସ୍‌ କୋଡ୍‌ ଥିବାବେଳେ ଆସିଷ୍ଟାଣ୍ଟ ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ କେୟନ ବ୍ଲୁ ରଙ୍ଗର ଡ୍ରେସ୍‌ କୋଡ୍‌ ରହିଛି। ସେହିପରି ଡେପୁଟି ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟ/ନର୍ସିଂ ସୁୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ ଧଳା ରଙ୍ଗ ରହିଛି। ଜେନେରାଲ ଓ୍ବାର୍ଡରେ ଡ୍ୟୁଟି କରୁଥିବା ନର୍ସ ଧଳା ରଙ୍ଗର ଆପ୍ରନ୍‌ ପିନ୍ଧିବେ ବୋଲି ନିଷ୍ପତ୍ତି ନିଆଯାଇଛି। ନର୍ସିଂ ଅଫିସରଙ୍କ ୟୁନିଫର୍ମ କଲାରରେ ସମ୍ବଲପୁରୀ ଝଲକ ରହିବ।

Leave A Reply

Your email address will not be published.