ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ପୂର୍ବତନ କାଶୀପୁର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ ଗିରଫ

0

କାଶୀପୁର: ଗିରଫ ହେଲେ ପୂର୍ବତନ କାଶୀପୁର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ୧ କୋଟି ୭୩ ଲକ୍ଷରୁ ଊର୍ଦ୍ଧ୍ବ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ପୂର୍ଣ୍ଣଚନ୍ଦ୍ରଙ୍କୁ ରିମାଣ୍ଡରେ ନେବାକୁ ଭିଜିଲାନ୍ସକୁ ଅନୁମତି ଦେଇଛି କୋର୍ଟ।

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧ ତାରିଖରେ ରାୟଗଡ଼ା ଜିଲ୍ଲା କାଶୀପୁରର ପୂର୍ବତନ କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଥିଲା । ରାୟଗଡ଼ା ସହରର ଡିଏଫ୍‌ଓ କଲୋନୀରେ ଥିବା ନିଜ ବାସଭବନରେ ଠିକାଦାର କ୍ଷେତ୍ର ମାଝୀଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ମନରେଗା କାମ ବାବଦରେ ବିଲ କରିଦେବାକୁ କହି କ୍ଷେତ୍ର ମାଝିଙ୍କୁ ଟଙ୍କା ମାଗିଥିଲେ। ଭିଜିଲାନ୍ସ ବିଭାଗ ଗିରଫ କରିବା ସମୟରେ ଦେହ ଅସୁସ୍ଥ ଥିବା ବାହାନା କରିବା ସହ ବେହାସ ହୋଇ ପଡ଼ିଥିବା ପରେ ତାଙ୍କୁ ଡାକ୍ତରଖାନାକୁ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ନିଆଯାଇଥିଲା। ଡାକ୍ତରଖାନାରୁ ଫେରିବା ପରେ ତାଙ୍କୁ ଗିରଫ କରିବା ସହ କାର୍ଯ୍ୟରୁ ନିଲମ୍ବନ କରାଯାଇଥିଲା।

Leave A Reply

Your email address will not be published.