ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

କ୍ଷମା ମାଗିଲେ ମନୋଜ

0

ଭୁବନେଶ୍ବର: ବ୍ୟାସକବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ ‘ରାଣ୍ଡୀପୁଅ ଅନନ୍ତା’କୁ ନେଇ ବ୍ରିଭାନ୍ତିକର ମନ୍ତବ୍ୟ ଦେବା ପରେ ଶେଷରେ କ୍ଷମାପ୍ରାର୍ଥନା କରିଛନ୍ତି ଓଲିଉଡ ଅଭିନେତା ମନୋଜ ମିଶ୍ର। ରବିବାର ରାତିରେ ଏନେଇ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଭିଡିଓ ପୋଷ୍ଟ କରି ସେ କ୍ଷମା ମାଗିଛନ୍ତି ମନୋଜ। 
ସେ କହିଛନ୍ତି ବ୍ୟାସ କବିଙ୍କ ଲେଖାକୁ ନେଇ ମୋର କୌଣସି ଜ୍ଞାନ ନାହିଁ। ଯଦି ଅଜାଣତରେ ମୁଁ କାହା ମନରେ ଦୁଃଖ ଦେଇଥାଏ ତେବେ ସେଥିପାଇଁ ମୁଁ ଦୁଃଖିତ ବୋଲି ସେ ନିଜ ପୋଷ୍ଟରେ ଉଲ୍ଲେଖ କରିଛନ୍ତି। ମନୋଜ ମିଶ୍ର ଦେଇଥିବା ବିବାଦୀୟ ବୟାନକୁ ନେଇ ବାଲେଶ୍ୱରରେ ତୀବ୍ର ବିରୋଧ କରାଯାଇଥିଲା । ଏପରି କି ରବିବାର ସକାଳେ ବାଲେଶ୍ୱର ଟାଉନ ଥାନାରେ ମନୋଜ ମିଶ୍ରଙ୍କ ନାଁରେ ଏତଲା ଦିଆଯାଇଥିଲା।

ଫକିରମୋହନ ସେନାପତିଙ୍କ ଲେଖାକୁ ପ୍ରଶ୍ନ କରିବାର ମୋର କୌଣସି ଉଦ୍ଦେଶ୍ୟ ନାହିଁ। ମୋର ଓଡ଼ିଆ ସାହିତ୍ୟ ପ୍ରତି ସେତିକି ଜ୍ଞାନ ନାହିଁ। ମୋର କମେଣ୍ଟସକୁ ନେଇ କିଛି ଲୋକ ମୋତେ ସାହିତ୍ୟ ଭିତରୁ ଟାଣି ଆଣିଲେ। ଦୟାକରି ମୋତେ ବିବାଦ ଭିତରକୁ ଟାଣନ୍ତୁ ନାହିଁ। ବର୍ତ୍ତମାନର ସିନେମା ଟାଇଟେଲକୁ ନେଇ ମୋର ସମସ୍ୟା ଥିଲା। ଆଜିକା ଦିନରେ ଆମେ ନାରୀର ସୁରକ୍ଷା ବିଷୟରେ କଥା ହେଉଛେ। ସିନେମାର ଟାଇଟେଲରେ ବ୍ୟବହାର କରାଯାଉଥିବା ଶବ୍ଦକୁ ନେଇ ମୋ ମନରେ ପ୍ରଶ୍ନ ଉଠିଛି।

ସୂଚନାଯୋଗ୍ୟ, ମନୋଜ ମିଶ୍ର ଦେଇଥିବା ବିବାଦୀୟ ବୟାନକୁ ନେଇ ବାଲେଶ୍ବରରେ ତୀବ୍ର ବିରୋଧ କରାଯାଇଥିଲା। ଏପରି କି ରବିବାର ସକାଳେ ବାଲେଶ୍ବର ଟାଉନ ଥାନାରେ ମନୋଜ ମିଶ୍ରଙ୍କ ନାଁରେ ଏତଲା ଦିଆଯାଇଥିଲା। ସପ୍ତାହେ ଭିତରେ ଅଭିନେତା ମନୋଜ ମିଶ୍ର ସର୍ବ ସମ୍ମୁଖରେ କ୍ଷମା ମାଗନ୍ତୁ, ନ ହେଲେ ଆମେ କୋର୍ଟକୁ ଯିବୁ ବୋଲି  ରବିବାର ବିଜେଡି ବିଧାୟକ ଗୌତମବୁଦ୍ଧ ଦାସ ଚେତାବନୀ ଦେଇଥିଲେ।

Leave A Reply

Your email address will not be published.