ପ୍ରମୁଖ ଖବର

ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ରାଜ୍ୟରେ କୌଣସି ନଦୀରେ ବନ୍ୟା ନାହିଁ : ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା
ବ୍ୟାପିଲାଣି ବାର୍ଡ ଫ୍ଲୁ, ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ : ମିଳିଲା ଅନୁମୋଦନ
ଅର୍ଚ୍ଚନା ଓ ପୁଅଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ
ସୁରକ୍ଷାକର୍ମୀଙ୍କୁ ବଡ ସଫଳତା:୧୬ ହାର୍ଡକୋର ମାଓବାଦୀ ଗିରଫ
ବିଆରଏସରୁ ନିଲମ୍ବିତ ହେବାର ଦିନକ ପରେ ଦଳ ଛାଡିଲେ କବିତା
ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍

0

ଭୁବନେଶ୍ବର:କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା। ଖୁବଶୀଘ୍ର ଆଉ ୨୪ଟି ନୂଆ ଆଇସିୟୁ ବେଡ୍ ସାମିଲ ହେବ। ବେଡ ସଂଖ୍ୟା ବୃଦ୍ଧି ପାଇ ୪୦ରେ ପହଞ୍ଚିବ। ୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ଅଧ୍ୟକ୍ଷା ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ।

ବର୍ତ୍ତମାନ ସୁଦ୍ଧା କ୍ୟାପିଟାଲ ହସପିଟାଲରେ ୧୬ଟି ଆଇସିୟୁ ବେଡ୍ ରହିଛି। ଖୁବଶୀଘ୍ର ଆଉ ୨୪ଟି ନୂଆ ଆଇସିୟୁ ବେଡ୍ ସାମିଲ ହେବ ବୋଲି ରୋଗୀ କଲ୍ୟାଣ ସମିତି ବୈଠକରେ ନିଷ୍ପତ୍ତି ହୋଇଛି। ଆଜି କ୍ୟାପିଟାଲ ହସ୍ପିଟାଲରେ ବସିଥିବା ରୋଗୀ କଲ୍ୟାଣ ସମିତି ଗଭର୍ଣ୍ଣିଂ କମିଟି ବୈଠକରେ ହସ୍ପିଟାଲ ସମ୍ପର୍କିତ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ହସ୍ପିଟାଲ୍ କାର୍ଯ୍ୟକାରୀ କମିଟି ବୈଠକରେ ଉପସ୍ଥାପିତ ତଥ୍ୟ କହୁଛି, ଏଠି ପଡିଛି ଡାକ୍ତର ମରୁଡ଼ି । ରହିବା କଥା ୧୭୫ ଡାକ୍ତର, ଅଛନ୍ତି ମାତ୍ର ୧୧୧ । ୬୪ ଜଣ ଅର୍ଥାତ୍ ୩୭ ପ୍ରତିଶତ ଡାକ୍ତର ପଦବି ଖାଲି ସେହିପରି ପୂରଣ ହୋଇଥିବା ୧୧୧ ପଦବିରୁ ୯୭ ନିୟମିତ ହୋଇଥିବା ବେଳେ ୧୪ ଜଣ ଠିକାରେ କାମ କରୁଛନ୍ତି । ନର୍ସିଂ ଅଫିସର କ୍ଷେତ୍ରରେ ବି ସେଇ ସମାନ ସ୍ଥିତି।

ସାଂସଦ ଶ୍ରୀମତୀ ଷଡଙ୍ଗୀଙ୍କ କହିବା ଅନୁଯାୟୀ, ପ୍ରତି ମାସରେ ହସ୍ପିଟାଲକୁ ୧ ହଜାର ୪୩୨ଟି ଡାଇଲେସିସ କେସ୍ ଆସୁଛି। ଏବେ ଯେତିକି ବେଡ୍ ରହିଛି, ପ୍ରତ୍ୟେକ ବେଡରେ ଦୈନିକ ୩ଟି ପର୍ଯ୍ୟାୟରେ ଡାଇଲେସିସ କରାଯାଉଛି। ଏହାକୁ ଦୈନିକ ବୃଦ୍ଧି କରାଯିବାର ଯୋଜନା ରହିଛି। ଅର୍ଥାତ ୪ଟି ପର୍ଯ୍ୟାୟରେ ଡାଇଲେସିସ କରାଯିବ। ହସ୍ପିଟାଲରେ ମନ୍ଥର ଗତିରେ ଚାଲିଥିବା ନିର୍ମାଣ କାର୍ଯ୍ୟକୁ ଯଥା ଶୀଘ୍ର ସାରିବାକୁ ମଧ୍ୟ ସମ୍ପୃକ୍ତବିଭାଗକୁ କୁହାଯାଇଥିବା ସୂଚନା ରହିଛି। ତେବେ ଦୈନିକ ହସ୍ପିଟାଲରେ ରୋଗୀ ସଂଖ୍ୟା ବୃଦ୍ଧି ହେଉଥିବା ବେଳେ କିପରି ରୋଗୀ ସେବା ସଠିକ୍ ଯୋଗାଇ ଦିଆଯାଇ ପାରିବ, ସେନେଇ ବୈଠକରେ ଆଲୋଚନା ହୋଇଛି।

Leave A Reply

Your email address will not be published.