ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ

0

ଧର୍ମଶାଳା: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ (ଲିକୁ ସାହୁ)ଙ୍କୁ ଆକ୍ରମଣ। ଯାଜପୁର ବୁଢ଼ାଘାଟରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି ।ବିଧାୟକ ଯାଉଥିବା ବେଳେ ତାଙ୍କ ଗାଡି ଅଟକାଇ ଠେଙ୍ଗାରେ କିଛି ଯୁବକ ଆକ୍ରମଣ କରିଛନ୍ତି। ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଯାଜପୁର ବୁଢ଼ାପୋଲ ନିକଟରେ ଏହି ଆକ୍ରମଣ ହୋଇଥିବା କୁହାଯାଉଛି।

ଘଟଣା ସମ୍ପର୍କରେ ହିମାଂଶୁ ପୋଲିସ ଆଗରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ”ବୁଧବାର ଡିଡିଏମ୍‌ଙ୍କ ସହିତ ଥିବା ବୈଠକରେ ଯୋଗଦେବାକୁ ଅଫିସକୁ ଯାଉଥିଲି। ଏତିକିବେଳେ ରାସ୍ତାରେ କିଛି ଲୋକ ରାସ୍ତାରୋକ କରିଥିଲେ। ରାସ୍ତା ବନ୍ଦ ଥିବାରୁ ମୋ ଗାଡ଼ି ସେଠାରେ ଅଟକି ଥିଲା, ଏତିକି ବେଳେ କିଛି ଲୋକ ମୋ ଆଡ଼କୁ ମାଡ଼ି ଆସିଥିଲେ। ସେମାନଙ୍କ ନିକଟରେ ରଡ୍‌, ଠେଙ୍ଗା ଥିଲା।

ଏଥିରେ ସେମାନେ ମୋ ଗାଡ଼ିକୁ ପିଟିଥିଲେ। ଏହାପରେ ଗାଡ଼ିରେ ମୋତେ ଦେଖି ମୋ ଆଡ଼କୁ ମାଡ଼ି ଆସିଥିଲେ। ସମସ୍ତେ ମିଶି ମୋତେ ପିଟି, ମୋ ଚେନ୍‌ ଛିଡ଼ାଇ ନେଇଛନ୍ତି। ଆକ୍ରମଣ କରିବା ସମୟରେ ସେମାନେ ବବି ଭାଇ ଜିନ୍ଦାବାଦ୍‌ କହି ନାରା ଦେଇଥିଲେ।”

Leave A Reply

Your email address will not be published.