ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

୬ମାସ ବଢିଲା ରାଜ୍ୟର ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ

0

ଭୁବନେଶ୍ବର; ଆଉ ୬ମାସ ବଢିଲା ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ। ଚଳିତମାସରେ ଶେଷ ହେଉଥିବା ରାଜ୍ୟର ୩ ପ୍ରମୁଖ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ଆଉ ୬ମାସ ବୃଦ୍ଧି କରିଛନ୍ତି। ସେଗୁଡିକ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ। ଏହି ୩ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ଚୟନ ନିମନ୍ତେ ଏପର୍ଯ୍ୟନ୍ତ ଉଚ୍ଚଶିକ୍ଷା ବିଭାଗ ବିଜ୍ଞାପନ ଜାରି କରିନଥିବାରୁ ରାଜ୍ୟପାଳ ଆଜି ସମ୍ପୃକ୍ତ କୁଳପତିମାନଙ୍କ କାର୍ଯ୍ୟକାଳକୁ ଆଉ ୬ମାସ ବୃଦ୍ଧି କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରେ ନୂଆ କୁଳପତିଙ୍କ ନିଯୁକ୍ତିରେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ବିଳମ୍ବ କରୁଥିବାକୁ ନେଇ ରାଜଭବନ ଗତ ସପ୍ତାହରେ ଅସନ୍ତୋଷ ବ୍ୟକ୍ତ କରିଥିଲେ।

ଆଜି ଗୁରୁବାର ରାଜଭବନ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ବିଶ୍ୱବିଦ୍ୟାଳୟ ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ବୃଦ୍ଧି କରିଛନ୍ତି। ଏହି ବିଶ୍ୱବିଦ୍ୟାଳୟ ଗୁଡିକରେ କୁଳପତିଙ୍କ କାର୍ଯ୍ୟକାଳ ସରିବା ଦିନଠାରୁ ୬ମାସ ପର୍ଯ୍ୟନ୍ତ ତଥା ନୂଆ କୁଳପତି ଯୋଗଦେବା ପର୍ଯ୍ୟନ୍ତ ଏହାକୁ ବୃଦ୍ଧି କରାଗଲା।

ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କର ନଭେମ୍ବର ୨୩, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ନାଗରାଜୁଙ୍କର ନଭେମ୍ବର ୨୬ ଓ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଅପରାଜିତା ଚୌଧୁରୀଙ୍କ କାର୍ଯ୍ୟକାଳ ନଭେମ୍ବର ୨୫ତାରିଖରେ ଶେଷ ହେଉଛି। ଏହି ୩ଟି ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି ଚୟନ ପାଇଁ ଏପର୍ଯ୍ୟନ୍ତ ଉଚ୍ଚଶିକ୍ଷା ବିଭାଗ ବିଜ୍ଞାପନ ଜାରି କରିନଥିବା କାରଣରୁ ଯାହାକୁ ନେଇ ରାଜ୍ୟପାଳ ଗୁରୁବାର ସମ୍ପୃକ୍ତ କୁଳପତିମାନଙ୍କ କାର୍ଯ୍ୟକାଳକୁ ଆଉ ୬ମାସ ବୃଦ୍ଧି କରିଛନ୍ତି। ତେବେ ଏହି ସମ୍ପ୍ରସାରିତ କାର୍ଯ୍ୟକାଳ ମଧ୍ୟରେ ସମ୍ପୃକ୍ତ କୁଳପତିମାନେ କୁଳାଧିପତିଙ୍କ ବିନା ଅନୁମତିରେ କୌଣସି ନୀତିଗତ ନିଷ୍ପତ୍ତି ନେଇପାରିବେ ନାହିଁ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।
ତେବେ ଫକୀରମୋହନ ବିଶ୍ୱବିଦ୍ୟାଳୟ ଓ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ଚଳିତମାସରେ ଶେଷ ହେଉଥିଲେ ମଧ୍ୟ ସେମାନଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇନାହିଁ।

Leave A Reply

Your email address will not be published.